ଆଜି ବଦଳିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ଶନିବାର

ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ଶନିବାର

ଆଜି ବଦଳିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ଶନିବାର

ମେଷ ରାଶି:- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର, ବନ୍ଧୁତ୍ୱରେ ଭାଙ୍ଗି ପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।

ବୃଷ ରାଶି:- ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।

ମିଥୁନ ରାଶି:- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

କର୍କଟ ରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

ସିଂହ ରାଶି:- ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

କନ୍ୟା ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ତୁଳା ରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ବିଛା ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ଧନୁ ରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।

ମକର ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

କୁମ୍ଭ ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିôବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।

ମୀନରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।

ବାସ୍ତୁ ବିଚାର- ପିତ୍ତଳ ମୂର୍ତ୍ତି, ପଥର ମୂର୍ତ୍ତି, ଧାତୁ ମୂର୍ତ୍ତି ରଖିବାର ପ୍ରଭାବ ।

ଧାତୁ କିମ୍ବା ପିତ୍ତଳ ନିର୍ମିତ ମୂର୍ତ୍ତି ଘରେ ରଖିବା ଅଶୁଭ ହୋଇଥାଏ ।

୧୬ କିମ୍ବା ୨୪ ଇଞ୍ଚରୁ ବଡ ମୂର୍ତ୍ତି ଘରେ ରଖନ୍ତୁ ନାହିଁ ।

ପୂଜା ପାଇଁ ଠାକୁରଙ୍କ ଫଟୋ ପୂଜା କରନ୍ତୁ ।

ଉଗ୍ର ଦେବାଦେବୀଙ୍କ ଫଟୋ ରଖନ୍ତୁ ନାହିଁ ।