ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ 

ମେଷ- ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।

 

ବୃଷ- ଶରୀର ସୁସ୍ଥ ରହିବ । ମନରେ ବିରକ୍ତି ଭାବ ପ୍ରକାଶ ପାଇବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ କ୍ରୋଧର ଶିକାର ହେବେ । ପାରିବାରିକ ଜଞ୍ଜାଳ ବଢିଯିବ ।

 
 
ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ ।
 
 
କର୍କଟ- ମାନସିକ ଭାରାକ୍ରାନ୍ତ ହେବେ । କାର୍ଯ୍ୟ ସମ୍ପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।
 
 
ସିଂହ- କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ପୂରଣ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।
 
 
କନ୍ୟା- ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ବୃଦ୍ଧି ପାଇବ ।
 
 
ତୁଳା- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ ।
 
 
ବିଛା- ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।
 
 
ଧନୁ- ଦେହ ଓ ମନ ଭଲ ରହିବ । ପରିଶ୍ରମୀ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଅବ୍ୟାହତ ରହିବ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।
 
 
ମକର- କର୍ମ ଚଞ୍ଚଳ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି ।
 
 
କୁମ୍ଭ- ଦିନଟି ଆପଣଙ୍କ ସପକ୍ଷରେ ଯିବ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।
 
 
ମୀନ- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।