ଜାଣନ୍ତୁ ଆଜିର ରାଶିଫଳ ଓ ବାସ୍ତୁ ବିଚାର
Advertisement

ଜାଣନ୍ତୁ ଆଜିର ରାଶିଫଳ ଓ ବାସ୍ତୁ ବିଚାର

ଜାଣନ୍ତୁ ଆଜିର ରାଶିଫଳ ଓ ବାସ୍ତୁ ବିଚାର

ଜାଣନ୍ତୁ ଆଜିର ରାଶିଫଳ ଓ ବାସ୍ତୁ ବିଚାର

ମେଷ- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ବୃଷ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଆୟ ବ୍ୟୟ ସମାନ ରହିବ ।

ମିଥୁନ- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।

କର୍କଟ- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।

ସିଂହ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।
 
କନ୍ୟା- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ତୁଳା- ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।

ବିଛା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲିତ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ଧନୁ- ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

ମକର- ମନ ଉଦାସ ରହିବ ।   ଅର୍ଥ ଅନାଟନ ଯୋଗୁଁ  ଧାର କରଜ କରିପାରନ୍ତି । ବ୍ୟବସାୟିକ ଶିଥିଳତା ଦେଖାଦେବ ।

କୁମ୍ଭ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖା ଦେବ ।

ମୀନ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ତଥା ଜ୍ଞାତି ପରିଜନଙ୍କ ଗହଣରେ ଦିନ କାଟିବେ ।

ଘଣ୍ଟି
ଗୃହ ଓ ଅଫିସରେ ମଧୁର ସ୍ୱର ଉତ୍ପନ କରୁଥିବା ଘଣ୍ଟି ଲଗାଇଲେ ବାୟୁ ପ୍ରବାହରେ ସକରାତ୍ମକ ଶକ୍ତି ଉତ୍ପନ ହୋଇଥାଏ । ଏହି ଶକ୍ତି ବାସ୍ତୁ ଜନିତ ଦୋଷକୁ ହରଣ କରିଥାଏ । ପ୍ରବେଶ ଦ୍ୱାରରେ ଘଣ୍ଟି ଲଗେଇବା ଶୁଭପ୍ରଦ ସହିତ ଆର୍ଥିକ ସ୍ଥିତିରେ ଉନ୍ନତି ହେଇଥାଏ ।