ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଡାକ୍ତର କହିଛନ୍ତି। ତେବେ ବାର୍ଦ୍ଧକ୍ୟ ଜନିତ ଯୋଗୁ ସେ ଅସୁସ୍ଥ ହୋଇ ପଡ଼ିଥିବା ଜଣାଯାଇଛି। 


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ଜୟପୁର ବିଡିଓ ହସ୍ପିଟାଲକୁ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ଏ ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଛନ୍ତି। ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଥିବା ସୂଚନା ମିଳିଛି।