Advertisement
Photo Details/zeeodisha/odisha2345449
photoDetails0hindi

Today Horoscope: କେମିତି କଟିବ ଆଜିର ଦିନ, ଜାଣନ୍ତୁ ରବିବାରର ରାଶିଫଳ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୨୧ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ ରାଶି: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

2/12

ବୃଷ ରାଶି: ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

 

3/12

ମିଥୁନ ରାଶି: ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

4/12

କର୍କଟ ରାଶି: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ ।

5/12

ସିଂହ ରାଶି: ଶରୀର ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ଦାୟିତ୍ୱବୋଧ ବୃଦ୍ଧି ପାଇବ । କୌଣସି ଗୃହ ଉପକର ଭଳି ନୂତନ ସାମଗ୍ରୀ କ୍ରୟ କରିବେ ।

6/12

କନ୍ୟା ରାଶି: ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ଆୟ ବ୍ୟୟ ସମାନ ରହିବ ।  ଦୂରଯାତ୍ରା ଫଳପ୍ରଦ ହୋଇପାରେ ।

7/12

ତୁଳା ରାଶି: ଶାରିରୀକ ଯନ୍ତ୍ରଣା ଦେଖାଦେଇପାରେ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଦୂରଯାତ୍ରା କରନ୍ତୁ ନାହିଁ । କ୍ରିଡାବିତ୍ ମାନେ ସତର୍କତା ଅବଲମ୍ୱନ କରନ୍ତୁ ।

 

8/12

ବିଛା ରାଶି: ମନ ଉତଫୁଲ ରହିବ । ନୂତନ ବସ୍ତ୍ର ପରିଧାନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସଚେତନ ହେବେ । ଆୟ ଅବ୍ୟାହତ ରହିବ ।

9/12

ଧନୁ ରାଶି: ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ

10/12

ମକର ରାଶି: ଦେହ ଅସୁସ୍ଥ ହୋଇପାରେ । ଉଚ୍ଚ ସମ୍ମାନ ଲାଭର ଯୋଗ ରହୁଛି । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

11/12

କୁମ୍ଭ ରାଶି: ଅସୁସ୍ଥତା ଚିନ୍ତାର କାରଣ ହୋଇପାରେ। ଦୂରଯାତ୍ରା କରନ୍ତୁ ନାହିଁ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ମଧ୍ୟମଧରଣର ରହିବ।

12/12

ମୀନ ରାଶି: ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ । ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ଦୂରଯାତ୍ରା ଲାଭଜନକ ହେବ ।

(Disclaimer: ଏହି ଖବର କେବଳ ସୂଚନା ପ୍ରଦାନ ପାଇଁ। ଏହି ସୂଚନାକୁ ନେଇ ଜୀ ଓଡ଼ିଶା ନ୍ୟୁଜ ପୁଷ୍ଟି କରେନାହିଁ। ଯଦି କୌଣସି ଟିପ୍ସକୁ ଆପଣାଉଛନ୍ତି ତେବେ ଏହା ପୂର୍ବରୁ କୌଣସି ଜ୍ୟୋତିଷଙ୍କ ପରାମର୍ଶ ନିଅନ୍ତୁ।)