Odisha Weather: ୪୮ ଘଣ୍ଟାରେ ସକ୍ରିୟ ହେବ ଲଘୁଚାପ, ୨୭ ଯାଏଁ ପ୍ରବଳ ବର୍ଷିବ

Odisha Weather: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ଯରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଉତ୍ତର ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବର ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।

Rashmita Sahoo Sun, 25 Aug 2024-9:41 am,
1/5

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। 

2/5

ସେହିପରି ପୁରୀ, ଖୋର୍ଦ୍ଧା ସମେତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ଆଜି ଠୁ ଆସନ୍ତାକାଲି ଅର୍ଥାତ୍ ୨୬ ଅଗଷ୍ଟ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। 

3/5

ଏହି ଦୁଇ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

4/5

ଅନ୍ୟପଟେ ରାଜ୍ୟର ୪ଟି ଜିଲ୍ଲା କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଓ ଗଜପତିରେ ପାଗ ଅତ୍ୟନ୍ତ ଶୁଖିଲା ରହିବା ନେଇ ପାଣିପାଗ ସୂଚନା ଦେଇଛି।  

5/5

୨୭ ତାରିଖ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ପରେ ୨୮ ଅଗଷ୍ଟରୁ ପାଣିପାଗରେ ପରିବର୍ତ୍ତନ ଆସିବା ନେଇ ସୂଚନା ରହିଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link