Advertisement
Photo Details/zeeodisha/odisha2398774
photoDetails0hindi

Today Horoscope: ଶୁଭ ନା ଅଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

Rashifal 25th August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶି ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ଜାଣନ୍ତୁ କେଉଁ ରାଶି ୨୫ ଅଗଷ୍ଟ ୨୦୨୪ ବା ରବିବାର ଦିନ ଉପକୃତ ହେବେ ଓ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।

1/12
  ମେଷ-ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

2/12

ବୃଷ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ଆୟ ବ୍ୟୟ ସମାନ ରହିବ । ପ୍ରିୟଜନଙ୍କ ସହ ମନାନ୍ତର ମତାନ୍ତର ଦେଖାଦେବ ।

3/12

ମିଥୁନ- ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।

4/12

କର୍କଟ- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ବିବାଦୀୟ ଘଟଣାର ଅବସାନ ଘଟିବ ।

5/12

ସିଂହ- କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

6/12

କନ୍ୟା- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

7/12

ତୁଳା- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଜ୍ଞାତି ପରିଜନଙ୍କ ଗହଣରେ ଦିନ କାଟିବେ ।

8/12
ବିଛା- ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । ଛାତ୍ରଛାତ୍ରୀମାନେ ପଢାପଢିରେ ମନନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।

9/12

ଧନୁ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ ।

10/12

ମକର- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

11/12

କୁମ୍ଭ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ।

12/12
ମୀନ-ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ କୁଚକ୍ରାନ୍ତର ଶିକାର ହେବେ । ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ।   (Disclaimer: ଏହି ଖବର କେବଳ ସୂଚନା ପ୍ରଦାନ ପାଇଁ। ଏହି ସୂଚନାକୁ ନେଇ ଜୀ ଓଡ଼ିଶା ନ୍ୟୁଜ ପୁଷ୍ଟି କରେନାହିଁ। ଯଦି କୌଣସି ଟିପ୍ସକୁ ଆପଣାଉଛନ୍ତି ତେବେ ଏହା ପୂର୍ବରୁ କୌଣସି ଜ୍ୟୋତିଷଙ୍କ ପରାମର୍ଶ ନିଅନ୍ତୁ।)