CM Mohan Majhi Road Show: ବରଗଡରେ ବିଶାଳ ଜନ ସମୁଦ୍ର ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ରୋଡ ସୋ`, ଦେଖନ୍ତୁ କିଛି ଝଲକ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ ଗସ୍ତ କରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ଉତ୍ସବରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଆଜି ଓଡିଶାର ୩୧.୬୨ ଲକ୍ଷ ଚାଷୀ ୬୩୨.୪୮ କୋଟି ଟଙ୍କା ପାଇଲେ। ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି

Jagdish Barik Tue, 18 Jun 2024-10:18 pm,
1/6

CM Mohan Charan Majhi's Grand Road Show: ମୋହନ ଚରଣ ମାଝୀଙ୍କ ରୋଡ ସୋ' ସମୟରେ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଭୁତପୂର୍ବ ଉତ୍ସାହ ଦେଖିବାକୁ ମିଳିଥିଲା। ହଜାର ହଜାର ଲୋକଙ୍କ ଗହଣରେ ମୁଖ୍ୟମନ୍ତ୍ରାରୋଡ ସୋ’ କରି କାର୍ଯ୍ୟକ୍ରମ ସ୍ଥଳକୁ ଯାଇଥିଲେ।, ଲୋକଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ବରଗଡକୁ ଆଉ ଥରେ ଖୁବଶୀଘ୍ର ଆସିବି।

2/6

ବରଗଡରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ହଜାର ହଜାର ଲୋକଙ୍କ ଗହଣରେ ଏକ  ‘ରୋଡ ସୋ’ରେ ଯାଇ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ। ରାସ୍ତାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସାରା ରାସ୍ତାରେ ଲୋକଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ। 

 

3/6

ମୁଖ୍ୟମନ୍ତ୍ରୀ କହିଛନ୍ତି କହିଥିଲେ ଯେ ପ୍ରଧାନ ମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ଏକ କୃଷକ କଲ୍ୟାଣକାରୀ ପ୍ରଗତିଶୀଳ ତଥା କୃଷକଙ୍କୁ ମୁଖ୍ୟ ସ୍ରୋତରେ ସମ୍ମିଳିତ କରିବା ଭଳି ଯୋଜନା । କୃଷକର ବିକାଶ ଏବଂ ଦାରିଦ୍ର୍ୟତା ହ୍ରାସ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ମୋଦୀ ସରକାର ଫେବୃଆରୀ ୨୦୧୯ ରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିଲେ ।

 

4/6

ମୁଖ୍ୟମନ୍ତ୍ରୀ କହିଲେ ଓଡ଼ିଶାରେ ଆମ ସରକାର ଆସିବାର ପ୍ରଥମ ଦିନରେ ହିଁ ମୋ କ୍ୟାବିନେଟ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟକୁ ୩୧୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି । ପୂର୍ବ ସରକାର ଦେଇଥିବା ପ୍ରତିଶୃତି ଅନୁଯାୟୀ, ୧୦୦ ଟଙ୍କା ବୋନସ୍‌ ଦେଲେନାହିଁ। ବରଂ କଟନି ଛଟନି ଆରମ୍ଭ କଲେ । ମୋ ସରକାର ଜନତାଙ୍କ ସରକାର।  ସାଧାରଣ ଲୋକଙ୍କ ପାଇଁ ଆମର ସବୁ ପ୍ରତିଶୃତି ପୂରଣ ହେବ।

 

5/6

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷକ ମାନେ ଆମର ଅନ୍ନ ଦାତା, ଆମର ବନ୍ଧୁ । ମୋ ରାଜ୍ୟ ଓଡିଶାର ଜନସଂଖ୍ୟାର ୭୦ ଭାଗ ହେଉଛନ୍ତି କୃଷକ ପରିବାରର ଲୋକ । ମୁଁ ମଧ୍ୟ ଏକ ସାଧାରଣ ପରିବାରରୁ ଆସିଛି । ସାଧାରଣ ଲୋକଙ୍କ ସମସ୍ୟା ମୁଁ ଜାଣିଛି ବୋଲି ସେ କହିଥିଲେ । ଆଗାମୀ ବଜେଟରେ ଆମେ ସାଧାରଣ ଲୋକଙ୍କ ମତାମତକୁ ସ୍ଥାନ ଦେବୁ। ଏଥିପାଇଁ ଖୁବଶୀଘ୍ର ଏକ ୱେବସାଇଟ ଖୋଲାଯିବ। ଆପଣଙ୍କ ମତ ଅନୁଯାୟୀ ବଜେଟ ପ୍ରସ୍ତୁତ କରାଯିବ।

6/6

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ଶ୍ରୀ ସନତ ଗଡତିଆ, ବରଗଡ ବିଧାୟକ ଶ୍ରୀ ଅଶ୍ବନୀ ଷଡଙ୍ଗୀ, ଅତାବିରା ବିଧାୟକ ଶ୍ରୀ ନିହାର ମହାନନ୍ଦ ଓ ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link