Advertisement
photoDetails0hindi

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଲଗାତର ତୃତୀୟ ଦିନ ସୁନା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୮୦ ଟଙ୍କାର କମି ଆସିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୧୦ ଟଙ୍କାରେ ପହଞ୍ଚିଛି । 

1/5

ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ମେ ୨ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ବଡ଼ ଧରଣର ହ୍ରାସ ଘଟିଛି । ସେହିପରି ଆଜି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । 

2/5

ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୨୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୭୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୩୯୦ ଟଙ୍କା ଥିଲା ।

3/5

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୭୦ ଟଙ୍କା ରହିଛି । ଯାହା ଗତକାଲି ୬,୩୫୦ ଟଙ୍କା ଥିଲା ।

4/5

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଲଗାତର ତୃତୀୟ ଦିନ ସୁନା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୮୦ ଟଙ୍କାର କମି ଆସିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୩୯୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ପିଏମ ମୋଦିଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ତରୁଣ କପୁର, ଜାଣନ୍ତୁ ତାଙ୍କ ବିଷୟରେ...

ଏହା ବି ପଢ଼ନ୍ତୁ:-ଜାଣନ୍ତୁ ଭାରତର ୫ଟି ବଡ଼ ଚୋର ବଜାର ବିଷୟରେ, ଯେଉଁଠାରେ ଶସ୍ତାରେ ମିଳିଥାଏ ସବୁକିଛି

ଏହା ବି ପଢ଼ନ୍ତୁ:-ଗିରଫ ହେବେ ଇମ୍ରାନ ଖାନ!

5/5

ଭୁବନେଶ୍ୱରରେ ଆଜି ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଦେଖାଦେଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିବାବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୭୦ ଟଙ୍କା ରହିଛି । ଯାହା ଗତକାଲି ୬,୩୫୦ ଟଙ୍କା ଥିଲା ।