Advertisement
Photo Details/zeeodisha/odisha1153628
photoDetails0hindi

ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୩୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି ।

1/5

ନୂଆଦିଲ୍ଲୀ: Gold-Silver Rate: ଆଜି (ଶୁକ୍ରବାର) ଅର୍ଥାତ ଏପ୍ରିଲ ୧୫ରେ ସୁନା ଓ ରୁପା (Gold Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଲଗାତର ତୃତୀୟ ଦିନ ହେବ ସୁନା ଦରରେ ବୃଦ୍ଧି ଘଟିଛି । ଦେଶରେ ୩ ଦିନରେ ୧,୦୪୦ ଟଙ୍କାର ବୃଦ୍ଧି ଘଟିଛି । 

2/5

ଗତକାଲି (ଗୁରୁବାର) ସୁନା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୮୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୩୫୦ ଟଙ୍କା ଥିଲା ।

3/5

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୫୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୯୩୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୦୦ ଟଙ୍କା ରହିଛି । ଯାହା ଗତକାଲି ୬,୯୩୦ ଟଙ୍କା ଥିଲା ।

4/5

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୩୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୩୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-କୋରୋନାକୁ ନେଇ ପୁଣି କଡ଼ା ଚେତାବନୀ ଜାରି କଲା WHO

ଏହା ବି ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ସରକାର ଦେଲେ ବଡ଼ ରିହାତି, ସମସ୍ତଙ୍କୁ ହେବ ଲାଭ

ଏହା ବି ପଢ଼ନ୍ତୁ:-ପରମାଣୁ ଆକ୍ରମଣ କରିବେ ପୁଟିନ! CIA ମୁଖ୍ୟ ଦେଲେ ଏହି ବଡ଼ ବୟାନ

5/5

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି  ରାଜଧାନୀରେ ରୁପା ମୂଲ୍ୟରେ ୧୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୯୩୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୦୦ ଟଙ୍କା ରହିଛି । ଯାହା ଗତକାଲି ୬,୯୩୦ ଟଙ୍କା ଥିଲା ।