ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope Today 19 May 2022: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର

ଜୀ ଓଡ଼ିଶା ଡେସ୍କ Thu, 19 May 2022-6:35 am,
1/12

ମେଷ ରାଶି

ଦେହ ଓ ମନ ଭଲ ରହିବ । ମାନସିକ ଶାନ୍ତି ପୂର୍ବଭଳି ରହିବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

2/12

ବୃଷ ରାଶି

ଜଗି ରଖି ଚଳିବାର ଦିନଟିଏ । କର୍ମକ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେବ । ଆୟ ମଧ୍ୟମ ଧରଣର ରହିବ । ଛାତ୍ରଛାତ୍ରୀ ଖେଳକୁଦରେ ମନ ଦେବେ । ଅପରାହ୍ନ ପରେ ଦୂରଯାତ୍ରା ସ୍ଥଗିତ ରଖିବା ଭଲ ।

3/12

ମିଥୁନ ରାଶି

ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

4/12

କର୍କଟ ରାଶି

ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ଦାମ୍ପତ୍ୟ ଜୀବନରେ ମଧୁରତା ଭରିଯିବ ।

5/12

ସିଂହ ରାଶି

ସ୍ୱାସ୍ଥ୍ୟ ସମସ୍ୟା ଦୂରେଇ ଯିବ । କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ । ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି ।

6/12

କନ୍ୟା ରାଶି

ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ ।

7/12

ତୁଳା ରାଶି

ସ୍ୱାସ୍ଥ୍ୟ ମଧ୍ୟମ ଧରଣର ରହିବ। କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  ଦୂରଯାତ୍ରା ଶୁଭପ୍ରଦ ।

ଏହା ବି ପଢ଼ନ୍ତୁ:-ଦୁଷ୍କର୍ମ ପରେ ପୀଡ଼ିତାଙ୍କ କ'ଣ ପାଇଁ କରାଯାଇଥାଏ 'ଟୁ ଫିଙ୍ଗର ଟେଷ୍ଟ୍', ଜାଣନ୍ତୁ ଏହା ପଛର କାରଣ

ଏହା ବି ପଢ଼ନ୍ତୁ:-ଚାଣକ୍ୟ ନୀତି ଅନୁସାରେ ଜୀବନରେ ଏହି ୪ଟି ଜିନିଷ ହୋଇଥାଏ ଅତ୍ୟନ୍ତ ମୂଲ୍ୟବାନ

8/12

ବିଛା ରାଶି

ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

9/12

ଧନୁ ରଶି

ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ । କଥାବର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ପାଖଲୋକ ଶତ୍ରୁତା କରିବେ । ନିଆଁ ପାଣି ପ୍ରତି ସତର୍କତା ଜରୁରୀ ।

10/12

ମକର ରାଶି

ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରା ଫଳପ୍ରଦ ହେବ ।

11/12

କୁମ୍ଭ ରାଶି

ଶାନ୍ତିପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମକ୍ଷେତ୍ର ସହଜ ସରଳ  ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

12/12

ମୀନ ରାଶି

ସ୍ୱାସ୍ଥ୍ୟ ସମସ୍ୟା ଉପୁଜିପାରେ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେବ । କାର୍ଯ୍ୟ ସମ୍ପାଦନରେ ବିଳମ୍ବ ହେବ । ଧାର କରଜ କରିପାରନ୍ତି । ଚିଡିଚିଡା ସ୍ୱଭାବର ହେବେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link