Horoscope Today 7 July 2023: ଆଜି ଏହି ୪ଟି ରାଶି ଉପରେ ହେବ ଧନର ବର୍ଷା, ଏହି ୨ଟି ରାଶି ପାଇଁ ବିପଦ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 7 July 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୭ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Fri, 07 Jul 2023-6:47 am,
1/12

Horoscope Today 7 July 2023: ମେଷ- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁସୂତ୍ରରୁ ଲାଭବାନ୍ ହେବେ । ପାରିବାରିକ ସୁଖଶାନ୍ତି ଲାଗି ରହିବ । 

 

2/12

ବୃଷ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ । 

3/12

ମିଥୁନ- ଆପଣଙ୍କୁ ସାବଧାନତା ସହ ଦୀନଚର୍ଯ୍ୟା କରିବାକୁ ପଡିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । 

4/12

କର୍କଟ- ମନ ପ୍ରସନ୍ନ ରହିବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହୁଛି । ମହିଳାମାନେ ଗୃହ ନିପୁଣା ହେବେ । 

 

5/12

ସିଂହ- ଦେହ ଓ ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଗୃହକୁ ବନ୍ଧୁ ଆଗମନ ହେବ ।

 

6/12

କନ୍ୟା- ଶରୀର ସୁସ୍ଥ ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । 

7/12

ତୁଳା- ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ । 

 

8/12

ବିଛା- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । 

9/12

ଧନୁ- ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ । 

10/12

ମକର- ଶରୀର ଆରୋଗ୍ୟ ରହିବ । ଦୃଢ ମନୋବଳ ନେଇ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ଛାତ୍ରଛାତ୍ରୀମାନେ ପଡାପଢିରେ ଭଲ କରିବେ । 

11/12

କୁମ୍ଭ- ଦେହ ଓ ମନ ସୁସ୍ଥ ରହିବ । ସୁଖ ସମ୍ମାନ ମିଳିବ । ବିବାଦୀୟ ଘଟଣାର ଅବସାନ ଘଟିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସହକର୍ମୀଙ୍କ ନିକଟରୁ ପୂର୍ଣ୍ଣ ସହଯୋଗ ମିଳିବ ।

12/12

ମୀନ- ସ୍ୱାସ୍ଥ୍ୟ ସଚେତନ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ନୂତନ ଦ୍ରବ୍ୟ ଆଦି କ୍ରୟ କରିବେ । ଆୟ ପୂର୍ବବତ ରହିବ । ବ୍ୟବସାୟୀମାନେ ଆଶାନୁରୂପକ ଲାଭ ପାଇବେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link