Advertisement
Photo Details/zeeodisha/odisha2336228
photoDetails0hindi

Today Horoscope: କେମିତି କଟିବ ସପ୍ତାହର ପ୍ରଥମ ଦିନ, ଜାଣନ୍ତୁ ଆପଣଙ୍କ ରାଶିଫଳ

Horoscope Today 15th july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୧୫ ହେଉଛି ସୋମବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ ରାଶି:ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସା ଲଭିବେ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରରେ ହସଖୁସିର ଲହରି ଲାଗି ରହିବ ।

2/12

ବୃଷ ରାଶି:ଦିନଟିରେ ଆପଣଙ୍କ ଦେହ ଭଲ ରହିବ ।ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷ  ଆସ୍ଥା ଭାଜନ ହେବେ । ଆର୍ଥିକ ଉନ୍ନତି ହେବ । ଉତ୍ସବ ଅନୁଷ୍ଠାନରେ ଯୋଗ ଦେବେ ।

 

3/12

ମିଥୁନ ରାଶି:ମନ ପ୍ରସନ୍ନ ରହିବ । ସମୟାନୁବର୍ତ୍ତୀ ହୋଇ ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସମ୍ପାଦନ କରିବେ । ସହକର୍ମୀଙ୍କ ନିକଟରୁ ପୂଣ୍ଣ ର୍  ସହଯୋଗ ମିଳିବ । ସୁଖପୂର୍ଣ୍ଣ ଭ୍ରମଣ ଯୋଗ ରହିଛି ।

4/12

କର୍କଟ ରାଶି:ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଦେହ ସୁସ୍ଥ ଓ ମନ ପ୍ରଫୁଲ୍ଲ ରହିବ । ଚାକିରିରେ ସମ୍ମାନ ମିଳିବ । ବ୍ୟବସାୟ ଲାଭପ୍ରଦ ହେବ । ନୂତନ ଗୃହ ଉପକରଣ କ୍ରୟ କରିବେ ।

5/12

ସିଂହ ରାଶି:କର୍ତ୍ତବ୍ୟ ପରାୟଣ ହେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । ଦେହ ଓ ମନ ସୁସ୍ଥ ରହିବ । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ ।

6/12

କନ୍ୟା ରାଶି:ମନୋବଳ ଖୁବ ଟାଣ ରହିବ । ଆୟ ଉତ୍ତମ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କାର୍ଯ୍ୟକୁ ସହଜ ସରଳ କରିବ । ପଡୋଶୀଙ୍କ ସହ ବାଦବିବାଦର ଆଜି ଅନ୍ତଃ ଘଟିବ ।

7/12

ତୁଳା ରାଶି:ଉଚ୍ଚ ସମ୍ମାନ ଲାଭ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସା ଅର୍ଜିବେ । ବ୍ୟବସାୟରେ ନୂତନ ନିତି ଆପଣେଇବେ । ପାରିବାରିକ ଜୀବନ ସୁଖ ସମୃଦ୍ଧିପୂର୍ଣ୍ଣ  ହେବ ।

 

8/12

ବିଛା ରାଶି:କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ । କାର୍ଯ୍ୟ ସମ୍ପାଦନରେ ବିଳମ୍ବ ହେବ । ଧାର କରଜ କରିପାରନ୍ତି । ଚିଡିଚିଡା ସ୍ୱଭାବର ହେବେ । ପରିବାରରେ ଅଶାନ୍ତି ଦେଖାଦେବ ।

 

9/12

ଧନୁ ରାଶି:କଥାବର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ପାଖଲୋକ ଶତ୍ରୁତା କରିବେ । ନିଆଁ ପାଣି ପ୍ରତି ସତର୍କତା ଜରୁରୀ ।

10/12

ମକର ରାଶି:ସମସ୍ତ ନ୍ୟସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରି ଆତ୍ମ ସନ୍ତୋଷ ପାଇବେ । ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଆଦର ସମ୍ମାନ ପାଇବେ ।

 

11/12

କୁମ୍ଭ ରାଶି:ଦୃଢ ମନୋବଳ ନେଇ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ଆତ୍ମୀୟ ସ୍ୱଜନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଭୂସଂପଦ ଲାଭ ହେବ । ଅପରାହ୍ନରେ ବନ୍ଧୁ ମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହିଛି

 

12/12

ମୀନ ରାଶି:ଶାରିରୀକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ସମାନ ରହିବ । ବ୍ୟବସାୟରେ ଶିଥିଳତା ଦେଖାଦେବ । ଘାତ ଚନ୍ଦ୍ର ଭୋଗ ହେତୁ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ ।