Advertisement
Photo Details/zeeodisha/odisha2058346
photoDetails0hindi

Today Horoscope: ସମ୍ଭାଳି ରୁହନ୍ତୁ ବୃଷ ସହ କନ୍ୟା ରାଶି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

Horoscope Today 14th January 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜାନୁଆରୀ ୧୪ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

 

1/12

ମେଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।

 

2/12

ବୃଷ-ଦେହ ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସନ୍ତାନଙ୍କ କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ ।

 

3/12

ମିଥୁନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

 

4/12

କର୍କଟ-ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।

 

5/12

ସିଂହ-ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

 

6/12

କନ୍ୟା- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।

 

7/12

ତୁଳା- ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

 

8/12

ବିଛା-ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

 

9/12

ଧନୁ-ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

 

10/12

ମକର- ମନ ଅଶାନ୍ତି ରହିବ । ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସାମ୍ନା କରିବେ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ । ବ୍ୟବସାୟ ସ୍ୱଳ୍ପ ଲାଭଯୁକ୍ତ ହେବ ।

 

11/12

କୁମ୍ଭ-ଦେହ ସୁସ୍ଥ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବାଦ ବିବାଦ ଦେଖାଦେବ । ଶତ୍ରୁ ବୃଦ୍ଧି ପାଇବେ । ଖର୍ଚ୍ଚାନ୍ତ ହେବେ ।

 

12/12

ମୀନ-ଘାତଚନ୍ଦ୍ର ଭୋଗ ହେତୁ ଦିନଟି କଷ୍ଟଦାୟକ ହେବ । ବହୁ ପରିଶ୍ରମର ସମ୍ମୁଖୀନ ହେବେ । ନିନ୍ଦା ଅପବାଦର ଶିକାର ହେବେ । ଗାଡିମଟର ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।