Potato Shortage: ମାନିଲେନି ପଶ୍ଚିମବଙ୍ଗ ସରକାର, ୟୁପି ସରକାର ପଠାଇଲେ ଓଡ଼ିଶା ପାଇଁ ଆଳୁ...

ରାଜ୍ୟରେ ଆଳୁ ସଙ୍କଟ ଦୂର ହେବା ନେଇ ନୂଆ ଆଶା ଜାଗ୍ରତ ହୋଇଛି। ମୋହନ ସରକାର ପଶ୍ଟିମବଙ୍ଗ ସରକାର ସହ ବୁଝାମଣାରେ ବିଫଳ ହେବା ପରେ ଏବେ ଉତ୍ତରପ୍ରଦେଶ ସରକାର ସହ ଡିଲ୍ ଫାଇନାଲ ହୋଇଛି।

ପ୍ରିୟମ୍ବଦା ରଣା Fri, 02 Aug 2024-8:24 am,
1/6

ଏଣିକି ପଶ୍ଚିମବଙ୍ଗ ନୁହେଁ, ଉତ୍ତରପ୍ରଦେଶ(Uttarpradesh)ରୁ ଓଡ଼ିଶାକୁ ଆସିବ। ସେଠାରୁ କିଛି ଟ୍ରକ ଆଳୁ ଆସି ରାଜ୍ୟରେ ପହଞ୍ଚିଛି। 

2/6

ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

3/6

ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ। ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି।

4/6

 ଏଥିସହ ରାଜ୍ୟର ଏକ ପ୍ରତିନିଧି ମଣ୍ଡଳୀ ଖୁବଶୀଘ୍ର ଉତ୍ତରପ୍ରଦେଶ ଗସ୍ତ କରିବ । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାର ଅସ୍ମିତା ରକ୍ଷା ସହ ପଡ଼ୋଶୀ ରାଜ୍ୟ ଉପରେ ଆଳୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। 

5/6

ରାଜ୍ୟରେ ଆଳୁ ସହ ଅନ୍ୟାନ୍ୟ ସାମଗ୍ରୀ ଉତ୍ପାଦନ ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଓଡ଼ିଶା ବ୍ୟବସାୟୀ ଏବଂ ବିଭିନ୍ନ ସଂଘର ଅନୁରୋଧକୁ ରକ୍ଷା କରି ଉତ୍ତରପ୍ରଦେଶରୁ ଆଳୁ ଆଣିବା ପାଇଁ ସରକାର ପଦକ୍ଷେପ ନେଇଥିବା ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି। 

6/6

ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link