Advertisement
Photo Details/zeeodisha/odisha2190340
photoDetails0hindi

Today Horoscope : ଏହି ରାଶିକୁ ମିଳିବ ଖୁସି ଖବର! ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଶନିବାର

Today Horoscope : ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

2/12

ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

3/12

ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

4/12

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

5/12

ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

6/12

କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

7/12

ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

8/12

ବିଛା: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

9/12

ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

10/12

ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣ ହେବ।

11/12

କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

12/12

ମୀନ :ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।