Advertisement
Photo Details/zeeodisha/odisha2376899
photoDetails0hindi

Today Horoscope: ଆଜି ଏହିସବୁ ରାଶିଙ୍କୁ ମିଳିବ ଖୁସି ଖବର ସହ ରହିଛି ଆକସ୍ମିକ ଧନଲାଭର ଯୋଗ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

Horoscope Today 10 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୧୦ ହେଉଛି ଶନିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ:  ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ମଙ୍ଗଳମୟ ହେବ। ଆଶା କରୁଥିବା ଦିଗରୁ ଖୁସି ଖବର ପାଇବେ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହୋଇପାରେ।  ପୁରୁଣା ରୋଗରୁ ମୁକ୍ତି ମିଳିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା। ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। 

ALSO READ: Surya Gochar 2024: ସୂର୍ଯ୍ୟଙ୍କ ଚଳନ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ଶୁଭଫଳ ସହ...

2/12

ବୃଷ:  ଆଜି ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଖୁସି ରହିବେ। ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ବିବାଦର ସମାଧାନ ହେବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ।

3/12

ମିଥୁନ:  ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶତ୍ରୁମାନେ ପରାଜିତ ହୋଇ ଆକସ୍ମିକ ଧନଲାଭ ହେବାଦ୍ୱାରା ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସ୍ବାସ୍ଥ୍ୟ ଭଲ ରହିବ। 

 

4/12

କର୍କଟ: ବ୍ୟବସାୟ କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ନଚେତ୍ ସମସ୍ୟାରେ ପଡିବେ।  ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ।  ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।

 

5/12

ସିଂହ:  ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ । ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ।

 

6/12

କନ୍ୟା: ସତକଥା କହି ନିଜ ପରିସରରେ ପ୍ରଶଂସିତ ହେବା ସହ କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବାସହ ଋଣ ଭରଣା ପାଇଁ ଚେଷ୍ଟା କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ ।

 

7/12

ତୁଳା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ଯାନବାହାନ ସମୟରେ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

 

8/12

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

 

9/12

ଧନୁ: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

 

10/12

ମକର: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

11/12

କୁମ୍ଭ: ବ୍ୟବସାୟରେ ଲାଭ ମିଳିବ ଏବଂ ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ଚାକିରି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବା ସହିତ ପଦୋନ୍ନତି ମିଳିବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

 

12/12

ମୀନ:  ବ୍ୟବସାୟରେ ଆୟ ଅଧିକ ହେବାରୁ ମନ ଖୁସି ରହିବ । କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କ ପାଇଁ ଅଚାନକ ଅର୍ଥ ଲାଭ ହେବ । ପିଲାମାନେ ପାଠପଢ଼ାରେ ଉନ୍ନତି ସହିତ ଚାକିରି କ୍ଷେତ୍ରରେ ସଫଳତା ପାଇବେ।