Advertisement
Photo Details/zeeodisha/odisha2427524
photoDetails0hindi

Today Horoscope: ଆଜି ଦୂରଯାତ୍ରା ବେଳେ ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ସେପ୍ଟେମ୍ବର ୧୩ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରା

1/12

ମେଷ:  ଆଜି ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ଭ୍ରମଣ ଯୋଗ ରହିଛି । ମହିଳାମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ, ବହୁ ଦିନର ସ୍ୱପ୍ନ ସାକାର ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବାରୁ ଧାର କରଜ କରିବାକୁ ବାଧ୍ୟ ହେବେ।

 

ALSO READ: Shani Budh Yuti 2024: ଶନି-ବୁଧଙ୍କ କୃପାରୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ବ୍ୟବସାୟରେ ମିଳିବ ଦ୍ବି-ଗୁଣିତ ଲାଭ ସାଙ୍ଗକୁ...

ALSO READ: Surya Gochar 2024: ସେପ୍ଟେମ୍ବର ୧୬ରେ କନ୍ୟାକୁ ଚଳନ କରିବେ ସୂର୍ଯ୍ୟ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

2/12

ବୃଷ:  ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି । ଫଳରେ ମନ ଭାରାକ୍ରାନ୍ତ ରହିବ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି । ନିଜର ଲୋକ ପରୋକ୍ଷରେ ସମାଲୋଚନା କରିବା ସହିତ ଅସହଯୋଗ କରିବେ ।

 

3/12

ମିଥୁନ:   ଆଜି ଦିନଟି ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ରହିବ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ମିଳିବ। ଶରୀର ସୁସ୍ଥ ରହିବ। ଆର୍ଥିକ ଅଭିବୃଦ୍ଧି ଘଟିବ। ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସୁନାମ ଅର୍ଜନ କରିବେ ।

4/12

କର୍କଟ: ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ ଅଧିକ ଚାପ ହେତୁ ମନ ଅଶାନ୍ତି ରହିପାରେ ।

5/12

ସିଂହ: ଶାରୀରିକ ମାନସିକ ଆର୍ଥିକ ଅଭିବୃଦ୍ଧି ଘଟିବ। ଶତ୍ରୁମାନେ ପରାଜିତ ହେବେ । ପୂର୍ବର ବକେୟା ଅର୍ଥ ହସ୍ତଗତ ହେବ । କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅର୍ଥପ୍ରାପ୍ତିର ଯୋଗ ରହିଛି।

6/12

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

7/12

ତୁଳା: ପୁରୁଣା ରୋଗରୁ ଉପଶମ ମିଳିବା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

 

8/12

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

9/12

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

 

10/12

ମକର : ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଗୃହିଣୀମାନେ ନିଜର ବୁଦ୍ଧି ବିବେକ ବଳରେ ଯୋଗ୍ୟ ବିବେଚିତ ହେବେ । ପୂର୍ବରୁ ଦେଖାଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ସମର୍ଥ ହେବେ ।

 

11/12

କୁମ୍ଭ:  ଆଜି ଦେହ ମନ ସୁସ୍ଥ ରହିବ। ବିଚାରାଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ଅପରାହ୍ନରେ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି । ଦୂର ଯାତ୍ରା କରିପାରନ୍ତି ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟକଳାପକୁ ନେଇ କେତେକ ସମସ୍ୟା ମନକୁ ବିଚଳିତ କରାଇବ। ଆର୍ଥିକ ଅଭିବୃଦ୍ଧି ଘଟିବ । ଶତ୍ରୁମାନେ ପରାଜିତ ହେବେ । 

12/12

ମୀନ: ଆର୍ଥିକ ଅଭିବୃଦ୍ଧି ଘଟିବ । ଶତ୍ରୁମାନେ ପରାଜିତ ହେବେ । ବିଚାରାଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ପୈତୃକ ସଂପତ୍ତିକୁ ନେଇ ମନାନ୍ତର ହେବାର ସମ୍ଭାବନା ରହିଛି । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ । ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ହୋଇପାରେ।