Advertisement
Photo Details/zeeodisha/odisha2154204
photoDetails0hindi

Today Horoscope: ବ୍ୟବସାୟରେ ଲାଭ ସହ ଶୁଭଫଳ ପାଇବେ ଏହି ସବୁ ରାଶି , ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର ?

Horoscope Today 14 March 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ  ୧୪ ହେଉଛି ଗୁରୁବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ - ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ। ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ। କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ। ଦିର୍ଘ ଦିନ କୋର୍ଟରେ ଚାଲିଥିବା ମାମଲାର ରାୟ ଆପଣଙ୍କ ସପକ୍ଷରେ ଆସିବ। ବନ୍ଧୁ ବାନ୍ଧବଙ୍କ ପାଖରୁ ସୁସମ୍ବାଦ ଆସିପାରେ।  

 

2/12

ବୃଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । ଆୟ ବଢିବା ସହ ପୁରୁଣା ବିନିଯୋଗରୁ ଲାଭ ପାଇବେ। 

 

3/12

ମିଥୁନ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ ।

 

4/12

କର୍କଟ- ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ ।

 

5/12

ସିଂହ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ବ୍ୟବସାୟ ଆଶାନୁରୂପକ ହେବ ।

6/12

କନ୍ୟା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

7/12

ତୁଳା- ଦେହ ଓ ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଗୃହକୁ ବନ୍ଧୁ ଆଗମନ ହେବ ।

 

8/12

ବିଛା- ଶରୀର ସୁସ୍ଥ ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ ।

 

9/12

ଧନୁ- ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆକସ୍ମିକ ଧନଲାଭ ଯୋଗ ରହିଛି। ସ୍ବାସ୍ଥ୍ୟ ଭଲ ରହିବ। 

 

10/12

ମକର- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

11/12

କୁମ୍ଭ- ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

12/12

ମୀନ- ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡି ରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ। କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ। ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ। ଦିନଟି ଆପଣଙ୍କ ପାଇଁ ବେଶ ଭଲ ରହିବ।