Advertisement
Photo Details/zeeodisha/odisha2110230
photoDetails0hindi

Today Horoscope: ବ୍ୟବସାୟରେ ଲାଭ ସହ ଶୁଭଫଳ ପାଇବେ ଏହି ସବୁ ରାଶି, ଜାଣନ୍ତୁ ଆଜିର ରାଶିଫଳ

Horoscope Today 15 February 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୧୫ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

ମେଷ:  ଆଜି ଏହି ରାଶିର ଲୋକେ ବିଶେଷ କରି କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ନୂତନ ଆୟପନ୍ଥା ମିଳିପାରେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ଫଳରେ ଆପଣ ନିଜ ସ୍ବାସ୍ଥ୍ୟକୁ ନେଇ ଯତ୍ନବାନ୍ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। 

 

2/12

ବୃଷ:  ଆଜିକା ଦିନରେ ଆପଣ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ। ଶାରିରୀକ ଅସୁସ୍ଥତା ଯୋଗୁଁ ମନ ଅଶାନ୍ତ ରହିବ। ଯୁକ୍ତି ତର୍କରୁ ଦୂରେଇ ରୁହନ୍ତୁ ନଚେତ୍ ଅସୁବିଧାରେ ପଡିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଯାହାକୁ ନେଇ ଆପଣ ଚିନ୍ତିତ ରହିବେ। ଏବଂ ଦୂରଯାତ୍ରା କରିବାରୁ ନିବୃତ ରୁହନ୍ତୁ। 

 

3/12

ମିଥୁନ:  ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହାନ ଚଳାଇବା ସମୟରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ସନ୍ତାନ୍ତ ସନ୍ତତିଙ୍କଠାରୁ ଖୁସି ଖବର ମିଳିପାରେ।

4/12

କର୍କଟ:  ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ  ।

 

5/12

ସିଂହ: ଆଜିର ଦିନ ଉତ୍ସହର ସହ କଟିବ । ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁ ଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାକୁ ସକ୍ଷମ ହେବେ।  ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି। ଚାକିରିରେ ପଦୋନ୍ନତି ମିଳିବ ।

6/12

କନ୍ୟା: ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ।  ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି। ପରିବାର ଲୋକକଙ୍କ ସହଯୋଗ ମିଳିବ । ମନ ପ୍ରସନ୍ନ ରହିବ ।

 

7/12

ତୁଳା: ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି। ଅର୍ଥହାନୀ ନେଇ ଯୋଗ ଥିବାରୁ, ସାବଧାନ ରୁହନ୍ତୁ ।

 

8/12

 ବିଛା: ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ।  ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ। ବ୍ୟବସାୟରେ ଲାଭ ମିଳିବ ।

 

9/12

ଧନୁ:  ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କ ନରହିଲେ ବିବାଦ ବଢିପାରେ । ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ନହୋଇ ଭାବିଚିନ୍ତି କାମ କରନ୍ତୁ ।

 

10/12

ମକର:  ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭ କରି କାମଟିକୁ ପୂରା କରିପାରିବେ। ଜମିଜମା, ଗୃହ ସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ବିବାଦ ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ। ଆକସ୍ମିକ ଅର୍ଥଲାଭ ନେଇ ଯୋଗ ରହିଛି ।  

 

11/12

କୁମ୍ଭ: ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ।  ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ।  ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଅବିବାହିତ ମାନଙ୍କ ବିବାହ ସ୍ଥିର ହେବା ନେଇ ଯୋଗ ରହିଛି ।

 

12/12

ମୀନ: ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ଚିନ୍ତିତ ରହିପାରନ୍ତି । ବହୁ ଦିନରୁ ଅଟକି ରହିଥିବା କାମ ପୂରଣ ହେବ ।