Advertisement
Photo Details/zeeodisha/odisha1742492
photoDetails0hindi

Horoscope Today 18 June 2023: ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ। ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

 
 

1/12

ମେଷ ରାଶି (Aries): ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ । ଦୀର୍ଘ ଦିନ ପରେ ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରି ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ପିତାମାତାଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

2/12

ବୃଷ ରାଶି (Taurus): ଆଜି ବନ୍ଧୁମାନଙ୍କ ଯୋଗୁଁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥ ଲାଭ, ସମ୍ମାନ ଓ ବାଲ୍ୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

3/12

ମିଥୁନ ରାଶି (Gemini): ଅର୍ଥହାନୀ ନେଇ ଯୋଗ ରହିଛି । ସତର୍କତାର ସହ ପ୍ରତ୍ୟେକ କାମକୁ ଭାବିଚିନ୍ତି କରନ୍ତୁ । ଜମିଜମା, କଚେରୀ ମାମଲାରେ ସଫଳତା ମିଳିବ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ। ଛାତ୍ରଛାତ୍ରୀ ପାଠ ପଢାରେ ଅବହେଳା କରିବେ ।

4/12

କର୍କଟ ରାଶି (Cancer): ପରକଥାରେ ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମି ଜମା, କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି। ପରିବାରରେ ସୁଖ ଶାନ୍ତି ଲାଗି ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି ।

5/12

ସିଂହ ରାଶି ( Leo): ଆଜି ବ୍ୟୟ ବୃଦ୍ଧି ହେବ । ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ। ପତ୍ନୀଙ୍କ ସହଯୋଗ ପାଇ ଖୁସି ହେବେ ।

6/12

କନ୍ୟା ରାଶି ( Virgo): ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ମିଳିବ। ଆକସ୍ମିକ ଭାବରେ କୌଣସି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ପରିସ୍ଥିତିରେ ପଡି଼ ଅଯଥା ଖର୍ଚ୍ଚାନ୍ତ ହେବେ। ଦେହ ଆରୋଗ୍ୟ ହେବା ସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।

7/12

ତୁଳା ରାଶି (Libra): ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ ହେବ। ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବ। ପରିବାର ଭିତରେ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ପ୍ରେମୀମାନଙ୍କ ଲାଗି ଆଜିର ଦିନଟି ମଧ୍ଯମ ଫଳ ଦେବ ।

8/12

ବିଛା ରାଶି (Scorpio): ଆଜି ବିଭିନ୍ନ ପ୍ରକାରର କଳ୍ପନା ଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ପାଇଁ ଉତ୍‌ଫୁଲ୍ଲିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।

9/12

ଧନୁ ରାଶି (Sagittarius): କର୍ମକ୍ଷେତ୍ର ବା ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଚାପ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ ।

10/12

ମକର ରାଶି(Capricorn): କୌଣସି ନୂତନ କର୍ମ ଯୋଗୁଁ ଉତ୍ସାହିତ ରହିବେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଲାଭ ମିଳିବ । ପରିବାର ସଦସ୍ୟଙ୍କ ସହଯୋଗ ପାଇ ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରଣ କରିବେ ।

11/12

କୁମ୍ଭ ରାଶି ( Aquarius): ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମ କଲେ ଭଲ ହେବ। ଘର ସାଜସଜ୍ଜା ଓ ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ୍ ଦିଗ ଭଲ ରହିବ । କୌଣସି ଜନହିତକର କାମରେ ନିଜକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।

12/12

ମୀନ ରାଶି (Pisces): ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ପ୍ରତ୍ୟେକ କର୍ମରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।