Advertisement
Photo Details/zeeodisha/odisha1745190
photoDetails0hindi

Horoscope Today 20 June 2023: ଏହି ସବୁ ରାଶି ପାଇବେ ଶୁଭଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ମଙ୍ଗଳବାର

Horoscope Today: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା କେଉଁ ରାଶିର ଲୋକଙ୍କ ପାଇଁ କେମିତି ରହିବ ଆଜିର ଦିନ..

1/12

ମେଷ ରାଶି(Aries): ଆଗରୁ ବାକି ରହିଥିବା କାମକୁ ତ୍ୱରାନ୍ବିତ କରିବା ନେଇ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ୍ ସ୍ବଚ୍ଛଳତା ଫେରି ପାଇବେ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।

2/12

ବୃଷ ରାଶି (Taurus): ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ ।  ଆଶା କରୁଥିବା ଅର୍ଥ ପାଇବା ସହଜ ହେବ ନାହିଁ । ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିପାରନ୍ତି। ଶତ୍ରୁ ବୃଦ୍ଧି ହେବେ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ପ୍ରେମୀଙ୍କ ପାଇଁ ଆଜିର ଦିନଟି ଭଲ ରହିବ ।

3/12

ମିଥୁନ ରାଶି(Gemini): ଆଜି ଆକସ୍ମିକ ଭାବରେ କେତେକ ଘଟଣାକୁ କେନ୍ଦ୍ର କରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥ ବ୍ୟୟ କରିବେ, କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।

4/12

କର୍କଟ ରାଶି (Cancer): ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ । ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। ପରିବାରରେ ସୁଖ ଶାନ୍ତି ଲାଗି ରହିବ । ପଦୋନ୍ନତି ନେଇ ଯୋଗ ରହିଛି । କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ।

5/12

ସିଂହ ରାଶି (Leo): ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁର୍ଣ୍ଣ ହୋଇପାରେ । ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ନୂତନ ବସ୍ତ୍ର ଓ ଆଭୂଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ୍ ସ୍ଥିତିରେ ଉନ୍ନତି ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖାଦେଇପାରେ।

6/12

କନ୍ୟା ରାଶି (Virgo): ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ମିଳିବ। ସହକର୍ମୀ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।

7/12

ତୁଳା ରାଶି (Libra): ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର ସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।

8/12

ବିଛା ରାଶି ( Scorpio): ଆଜି ସୁସ୍ବାଦ ଭୋଜନ ସହ ଧନ ଲାଭ ନେଇ ଯୋଗ ରହିଛି । ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ଭଲ ଭାବେ ଭାବିଚିନ୍ତି କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ପ୍ରେମୀ ମାନଙ୍କ ଲାଗି ଦିନଟି ଭଲରେ କଟିବ ।

9/12

ଧନୁ ରାଶି( Sagittarius): ଆଜି ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କଲେ ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସ ଖୁସି‌ରେ ସମୟ କଟିବ।

10/12

ମକର ରାଶି( Capricorn): ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ବଚସା ପରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।

11/12

କୁମ୍ଭ ରାଶି(Aquarius): ଆଜି ଅର୍ଥଲାଭ ହେବ, କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରୀ ମାମଲାରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

12/12

ମୀନ ରାଶି (Pisces): ଆନୁଷ୍ଠାନିକ କାମରେ ପରିଶ୍ରମ ବଢିଲେ ମଧ୍ଯ ଆଶାନୁରୂପ ସଫଳତା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ। ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ସଫଳତା ମିଳିବ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ।