Advertisement
Photo Details/zeeodisha/odisha2254471
photoDetails0hindi

Today Horoscope: ସିଂହ, ମୀନ ସହ ସତର୍କ ରୁହନ୍ତୁ ଏହି ସବୁ ରାଶି ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର?

Horoscope Today 20 May2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୨୦ ହେଉଛି ସୋମବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ- ଆପଣଙ୍କ ପାଇଁ ଦିନଟି ସୁଖ-ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । ସେବା ଧର୍ମ ପ୍ରତି ମନ ବଳିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଭଲ ପ୍ରଦର୍ଶନ କରିବେ ।  

2/12

ବୃଷ- କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  

3/12

ମିଥୁନ- ସମୟାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । ଆୟ ଓ ବ୍ୟୟ ସମାନ ରହିବ ।

4/12

କର୍କଟ- ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବ ।

5/12

ସିଂହ- ଆଜି ଦିନଟିରେ ଆପଣଙ୍କୁ ଖୁବ ସତର୍କତାର ସହ ଜୀବନଯାପନ କରିବାକୁ ପଡିବ । ଶରୀରପୀଡା, ମାନସିକ ଅଶାନ୍ତି ଦେଖାଦେବ । ଖର୍ଚ୍ଚାନ୍ତ ହେବେ । ଘାତ ଚନ୍ଦ୍ର ଭୋଗ ହେତୁ ଗାଡି ମଟର ଚାଳନା ନିବୃତ୍ତ ରୁହନ୍ତୁ । ନିଆଁ, ପାଣି,ତଥା ଉଚ୍ଚ ସ୍ଥାନ ପ୍ରତି ମଧ୍ୟ ସତର୍କତା ଲୋଡା ।  

6/12

କନ୍ୟା- ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ସାଂସାରିକ ଜୀବନ ସୁଖମୟ ହେବ ।  

7/12

ତୁଳା- ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । ଛାତ୍ରଛାତ୍ରୀମାନେ ପଢାପଢିରେ ମନନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।

8/12

ବିଛା- କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜ୍‌ଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ ।  

9/12

ଧନୁ- କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

10/12

  ମକର- ସାରା ଦିନ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ ।  

11/12

କୁମ୍ଭ- ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।  

12/12

ମୀନ- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।