ମେଷ : ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହାନ ଚଳାଇବା ସମୟରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ସନ୍ତାନ୍ତ ସନ୍ତତିଙ୍କଠାରୁ ଖୁସି ଖବର ମିଳିପାରେ।
ALSO READ: Shardiya Navratri 2024: ନବରାତ୍ରୀରେ ଏହିସବୁ ରାଶିଙ୍କୁ ଧନବାନ୍ କରାଇବେ ମାଆ ଦୁର୍ଗା, ଆରମ୍ଭ ହେବ ଶୁଭ ସମୟ
କନ୍ୟା : ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ। ବ୍ୟବସାୟରେ ଲାଭ ମିଳିବ ।
ବିଛା : ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍ ଆସି ନ ପାରେ। ସତର୍କ ନରହିଲେ ବିବାଦ ବଢିପାରେ । ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ନହୋଇ ଭାବିଚିନ୍ତି କାମ କରନ୍ତୁ ।
କୁମ୍ଭ : ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ଚିନ୍ତିତ ରହିପାରନ୍ତି । ବହୁ ଦିନରୁ ଅଟକି ରହିଥିବା କାମ ପୂରଣ ହେବ ।
ମୀନ : କୌଣସି ଯୋଜନାକୁ କାର୍ଯ୍ୟକାରୀ ପୂର୍ବରୁ ବନ୍ଧୁଙ୍କ ସହ ଖୋଲାଖୋଲି ଭାବେ ଆଲୋଚନା କରନ୍ତୁ । ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି। ଆଜି ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରନ୍ତୁ । ଦୂର ସ୍ଥାନ ଭ୍ରମଣ କରିପାରନ୍ତି ।
ट्रेन्डिंग फोटोज़