Today Horoscope: ଏହିସବୁ ରାଶିଙ୍କ ପାଇଁ ଶୁଭ ରହିବ ଆଜିର ଦିନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?
Horoscope Today 21 December 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଡିସେମ୍ବର ୨୧ ହେଉଛି ଶନିବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ମେଷ: ଦିନଟି ଶୁଭ ରହିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବା ଯୋଗୁଁ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଶେଷ କରିବେ। ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି । ବ୍ୟବସାୟ-ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବିଦ୍ୟାର୍ଥିମାନେ ପାଠପଢାରେ ମନଦେବେ। ALSO READ: ବର୍ଷ ୨୦୨୫ରେ ୪ ଗ୍ରହଙ୍କ ଗୋଚର; ଲାଭରେ ରହିବେ ୫ରାଶି, ବର୍ଷ ତମାମ୍ କମାଇବେ ଟଙ୍କା ALSO READ: Health Tips: ଶୀତଦିନେ ଖାଆନ୍ତୁ ଏହିସବୁ ସ୍ପେଶାଲ ନନ୍-ଭେଜ୍ ଡିସ୍, ରହିବେ ଦିନ ସାରା ଆକ୍ଟିଭ, ବଢିବ ରୋଗ ପ୍ରତିରୋଧକ ଶକ୍ତି
ବୃଷ: ଦିନଟି ଏ-ତେ ଖାସ୍ ରହିବ ନାହିଁ। କୌଣସି କଥାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ବିରକ୍ତି ଭାବ ଅନୁଭବ କରିବେ। ଦୂରଯାତ୍ରା ଶୁଭଫଳ ପ୍ରଦାନ କରିବ।
ମିଥୁନ: ସମସ୍ତ ଆଶା ଅଭିଳାଷ ଆଜି ପୂରଣ ହେବ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ। ପାରିବାରିକ ଜୀବନ ସୁଖମୟ ହେବ। ସୁସ୍ୱାଦୁ ଭୋଜନ ମିଳିବ।
କର୍କଟ: ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଦେବ ଦର୍ଶନର ଯୋଗ ରହିଛି। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ। ଅସମ୍ପୂର୍ଣ୍ଣ କାମକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ । ସ୍ବାସ୍ଥ୍ୟ ଭଲ ରହିବ।
ସିଂହ: ଦିନଟି ଅନୁକୂଳ ରହିବ। କୌଣସି ପ୍ରକାର ଶୁଭ ସମାଚାର ମିଳିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶତ୍ରୁମାନେ ପରାଜିତ ହେବା ସହିତ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ।
କନ୍ୟା: ଆଜି ଦେହ ମନ ସୁସ୍ଥ ରହିବ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କିନ୍ତୁ ପ୍ରେମମୟ ଜୀବନରେ ଅଶାନ୍ତ ରହିବ। ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ ।
ତୁଳା: ଆଜି ସହକର୍ମୀଙ୍କ ଯୋଗୁଁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ପରିବାର ଠାରୁ ପ୍ରତ୍ୟକ କାର୍ଯ୍ୟରେ ସମର୍ଥନ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
ବିଛା: ଆଜି କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ନିଜ ସାଙ୍ଗ ସାଥୀଙ୍କ ସମୟ ଅତିବାହିତ କରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।
ଧନୁ: ଆଜି ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ଚାକିରିଆ ଓ ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ବିଭିନ୍ନ ପ୍ରକାର ବାଧାବିଘ୍ନ ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନ-କାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। ଯାହାକୁ ନେଇ ଚିନ୍ତିତ ରହିବେ।
ମକର: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ-ସହଯୋଗର ହାତ ବଢେଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷାର୍ଥୀମାନେ ଭଲ କରିବେ। କ୍ରୀଡ଼ା କ୍ଷେତ୍ରରେ କାର୍ଯ୍ୟରତ ଲୋକେ ପ୍ରଶଂସିତ ହେବେ । ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
କୁମ୍ଭ: ଆଜି ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ ।
ମୀନ: ଆଜି ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।