Today Horoscope: ଆଜି ବଦଳିବ ଏହି ସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ ଓ କେମିତି କଟିବ ଆଜିର ଦିନ

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

ଜୀ ଓଡ଼ିଶା ଡେସ୍କ Sat, 24 Feb 2024-5:50 am,
1/12

ମେଷ ରାଶି:  ଆଜି ଏହି ମେଷ ରାଶିର ଲୋକେ ବିଶେଷ କରି କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ନୂତନ ଆୟପନ୍ଥା ମିଳିପାରେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ଫଳରେ ଆପଣ ନିଜ ସ୍ବାସ୍ଥ୍ୟକୁ ନେଇ ଯତ୍ନବାନ୍ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।

2/12

ବୃଷ ରାଶି: ଦୃଢ଼ମନା ହେବେ । ଋଣ ପରିଶୋଧ ଶାନ୍ତି ମିଳିବ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବା ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

3/12

ମିଥୁନ ରାଶି: କର୍ମ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ରହିବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । 

4/12

କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ବଢିବ । ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

6/12

କନ୍ୟା ରାଶି: ସମସ୍ତ କାର୍ଯ୍ୟରେ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତାଙ୍କ କ୍ଷେତ୍ରରେ ସମ୍ବେଦନଶୀଳ ହେବେ। ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ ନଚେତ୍ କ୍ଷତି ହୋଇପାରେ ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।

8/12

ବିଛା ରାଶି: ସ୍ୱାସ୍ଥ୍ୟ ସମସ୍ୟା ସହ ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା ନେଇ ସମ୍ଭାବନା ରହିଛି। 

9/12

ଧନୁ ରାଶି: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସମସ୍ୟାମାନ ଲାଗି ରହିବ। ଆଜି ଦୂରଯାତ୍ରା ନକରିବା ଭଲ ।

10/12

ମକର ରାଶି: ଆତ୍ମବିଶ୍ଵାସର ସହିତ ପ୍ରତ୍ୟେକ କାର୍ଯ୍ୟ କରିବା ଦ୍ବାରା ସଫଳତା ଲାଭ କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ବାଣୀ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଦୂରଯାତ୍ରା ନେଇ ଯୋଗ ରହିଛି।

11/12

କୁମ୍ଭ ରାଶି: ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ । ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। 

12/12

ମୀନ ରାଶି: ଆଳସ୍ୟ ଓ ଥକ୍କା ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ସମସ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।

 

(Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି। ZEE ODISHA NEWS ଏହା ନିଶ୍ଚିତ କରେ ନାହିଁ। କୌଣସି ଉପାୟ କରିବା ପୂର୍ବରୁ ସମ୍ପୃକ୍ତ ବିଷୟର ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି ନିଶ୍ଚିତ ହୁଅନ୍ତୁ।)

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link