Today Horoscope: କାହା ପାଇଁ ଶୁଭ ତ କାହା ପାଇଁ ଅଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର ?
Horoscope Today 25 April 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ୍ ୨୫ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ମେଷ: ଆଜି ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭାରାକ୍ରାନ୍ତ ରହିବ । ବ୍ୟବସାୟିକ ସ୍ତରରେ ଲାଭବାନ ହେବା ସହ ଇଶ୍ୱର ବିଶ୍ୱାସି ହେବେ । ଏବଂ ପୂଜାର୍ଚ୍ଚନାରେ ସମୟ ବିତାଇବେ । କର୍ମତତ୍ପର ହେବେ । ଦୂରଯାତ୍ରା କରିପାରନ୍ତି ।
ବୃଷ: ପୂର୍ବରୁ ଲାଗିରହି ଥିବା ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହେବ । ମନ ପ୍ରଫୁଲ୍ଲ ରହିବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଅତ୍ୟନ୍ତ ଶୁଭ ରହିବ। କିନ୍ତୁ ଜମିବାଡ଼ି ବିବାଦ ଉପୁଜିପାରେ । ଯାହାକୁ ନେଇ ଆପଣ ଚାପରେ ରହିବେ। ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇବେ । ଏବଂ ଦୂରଯାତ୍ରା ସଫଳ ହେବ ।
ମିଥୁନ: ପୂର୍ବ ବିବାଦରୁ ମୁକ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ମଧ୍ୟ ପଦନ୍ନୋତୀର ଯୋଗ ବି ରହିଛି । ବିଦ୍ୟାର୍ଥୀମାନେ ପାଠପଢାରେ ମନୋନିବେଶ କରିବେ।
କର୍କଟ: ଆଜି ଆପଣଙ୍କର ଘାତବାର ରହିଛି । ଜଗି ରଖି ନ ଚଳିଲେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ। ଆଧ୍ୟାତ୍ମିକ ଭାବନା ସହ ଦିନଟି ଅତିବାହିତ କରିବେ। ଆଜି ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ସିଂହ: ଆଜି ଆକସ୍ମିକ ଭାବରେ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟାଙ୍କି କ୍ଷେତ୍ରରେ ଜଡିତ ଲୋକେ ସଫଳତା ପାଇବେ । ନିଜ ବନ୍ଧୁଙ୍କ ସହ ଦୂରଯାତ୍ର ସଫଳ ହେବ ।
କନ୍ୟା: ଆଜି କର୍ମକ୍ଷେତ୍ରରେ ଭଲ ପ୍ରଦର୍ଶନ କରିଲେ ମଧ୍ୟ ସହକର୍ମୀଙ୍କ ଇର୍ଷାର ଶିକାର ହେବେ । ମନ ପ୍ରଫୁଲ୍ଲ ରହିବ । କୌଣସି ବାଦ ବିବାଦ ସହ ଜଡିତ ହୋଇପାରନ୍ତି । ତେଣୁ ଜଗି ରଖି ଚଳନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ନିଜ ଜୀବନ ସାଥୀଙ୍କ ସହିତ ଭଲ ସମୟ ଅତିବାହିତ କରିବେ।
ତୁଳା: ଆଜି ନିଜ କର୍ମକ୍ଷେତ୍ରରେ ଆଗକୁ ବଢିବେ। ବନ୍ଧୁ ପରିଜନ ଘରକୁ ଆସିପାରନ୍ତି। ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକୁଳିବେ। ମନ ମଧ୍ୟ ଭଲ ରହିବ। ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ନିଜ ସନ୍ତାନ ସନ୍ତତିଙ୍କ ଠାରୁ କୌଣସି ଖୁସି ଖବର ପାଇ ପାରନ୍ତି।
ବିଛା: ଆଜି ଘାତଚନ୍ଦ୍ର ହେତୁ ସତର୍କତା ଅବଲମ୍ୱନ କରନ୍ତୁ। ସ୍ୱାସ୍ଥ୍ୟ ଜନିତ ପିଡ଼ା ଅନୁଭବ କରିବେ। ମାନସିକ ସ୍ତରରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରେମ ସମ୍ପର୍କରେ ତିକ୍ତତା ଭାବ ସୃଷ୍ଟି ହୋଇପାରେ।
ଧନୁ: ବ୍ୟବସାୟୀମାନଙ୍କ ପାଇଁ ଦିନଟି ବେଶ୍ ମଙ୍ଗଳମୟ ରହିବ। ବ୍ୟବସାୟରେ ଲାଭବାନ ହେବେ । ଚାକିରିରେ ବଦଳିର ଯୋଗ ରହୁଛି । ମନ ପସନ୍ଦର ସ୍ଥାନକୁ ବଦଳି ହୋଇପାରେ। ପାରିବାରିକ ଶାନ୍ତି ମିଳିବ । ଜୀବନ ସାଥୀଙ୍କ ସହିତ ଭଲ ସମୟ ଅତିବାହିତ କରିବେ।
ମକର: ଆଜି କୌଣସି ଦେବାଦେବୀଙ୍କ ଦର୍ଶନ କରିପାରନ୍ତି । ଆୟ ଭଲ ରହିବ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ସ୍ତରରେ ସାମାନ୍ୟ ଚିନ୍ତିତ ହେବେ ।
କୁମ୍ଭ: ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ନିଜକୁ ନିୟନ୍ତ୍ରଣରେ ରଖନ୍ତୁ। ନଚେତ୍ ଅଯଥା ବିବାଦରେ ଫସିପାରନ୍ତି। ଦୂରଯାତ୍ରା ମଧ୍ୟମ ଧରଣର ଫଳ ଦେବ।
ମୀନ: ଆଜି ସେୟାର ମାର୍କେଟରୁ ଲାଭ ପାଇବେ । ଦୂର ସ୍ଥାନକୁ ଭ୍ରମଣର ଯୋଗ ରହୁଛି । ନବଦମ୍ପତିଙ୍କ ସମ୍ପର୍କରେ ମଧୁରତା ଆସିବ । ଦେହ ଭଲ ରହିବ । ଆଳସ୍ୟପଣ ଲାଗି ରହିବ ।