Horoscope Today 25 July 2023: ଶୁଭଫଳ ସହ ଅର୍ଥ ଲାଭ ଯୋଗ! ଜାଣନ୍ତୁ କେଉଁ ରାଶି ପାଇଁ କେମିତି କଟିବ ଆଜିର ଦିନ ?

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ ।ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

Tue, 25 Jul 2023-7:26 am,
1/12

ମେଷ ରାଶି: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚ ପଦ ମିଳିପାରେ। ଶତ୍ରୁମାନେ ପରାସ୍ତ କରିବାକୁ ଚେଷ୍ଟା କରି ବିଫଳ ହେବେ । ପିତାମାତାଙ୍କ ସମ୍ପର୍କ ମଧୁର ହେବ । ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। ଯାତ୍ରା ଓ ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

2/12

ବୃଷ ରାଶି: ଭାଗ୍ୟର ସହଯୋଗ ମିଳିବ। ଘର ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। କର୍ମ କ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ପାଇଁ ଖୁସି ହେବେ । ଆତ୍ମୀୟସ୍ବଜନଙ୍କ ଗହଣରେ ଦିନଟି ହସ ଖୁସିରେ ଅତିବାହିତ ହେବ। ଖର୍ଚ୍ଚ ଭାର ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରୁହନ୍ତୁ । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

3/12

ମିଥୁନ ରାଶି: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

4/12

କର୍କଟ ରାଶି: ଦିନଟି ଅନୁକୂଳ ରହିବ। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ନେଇ ନୂତନ ପ୍ରସ୍ତାବ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ କୌଣସି କ୍ଷେତ୍ରରୁ ବାଧ୍ୟା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

5/12

ସି˚ହ ରାଶି: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଦମ୍ପତିଙ୍କ ମଧ୍ଯରେ ତିକ୍ତତା ଦେଖାଦେଇପାରେ ।

6/12

କନ୍ୟା ରାଶି: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟାର ସମାଧାନ ହେବା ସହ ଜମିଜମା ବିବାଦରେ ବିଜୟୀ ହେବେ।

7/12

ତୁଳା ରାଶି: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଦୀର୍ଘ ଦିନରୁ ସ୍ଥଗିତ ଥିବା କାର୍ଯ୍ୟ ସଫଳତାର ସହ ପୂର୍ଣ୍ଣ ହେବ । ସମ୍ପର୍କୀୟମାନଙ୍କ ସହଯୋଗରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିବାଦୀୟ ପରିସ୍ଥିତିରେ ମିଠା କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।

8/12

ବିଛା ରାଶି: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ। ମନ ଭିତର କଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ। ରୁଚିପୂର୍ଣ୍ଣ ବ୍ୟବହାର ଯୋଗୁଁ ପ୍ରଶଂସିତ ହେବେ। ଆକସ୍ମିକ୍ ଅର୍ଥ ବ୍ୟୟ ହୋଇପାରେ ।

9/12

ଧନୁ ରାଶି: ପୂରାଦିନ ଉତ୍ସାହଭରା ରହିବେ। ଆଜି ଗୁରୁଜନଙ୍କ ପରାମର୍ଶ ମାନି ଚଳନ୍ତୁ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

10/12

ମକର ରାଶି: କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ଭାବନା ରହିଛି ।

11/12

କୁମ୍ଭ ରାଶି: ବନ୍ଧୁଙ୍କ ଗ୍ରହଣରେ ବହୁ କାର୍ଯ୍ୟାରମ୍ଭ କରି ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହାରମ୍ଭ ଲାଗି ଦିନଟି ଶୁଭ ଅଟେ । ପରିବାର ଲୋକଙ୍କ ସହାୟତା ମିଳିବ ।

12/12

ମୀନ ରାଶି: ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ। ଶାରିରୀକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link