Today Horoscope: ଏହି ରାଶିଙ୍କ ପାଇଁ ବଢିପାରେ ଅଡୁଆ, ବ୍ୟବସାୟରେ ଦେଖାଦେବ ବାଧାବିଘ୍ନ

Horoscope Today 26 November 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ନଭେମ୍ବର ୨୬ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

ଜୀ ଓଡ଼ିଶା ଡେସ୍କ Sun, 26 Nov 2023-5:50 am,
1/12

ମେଷ ରାଶି- ଆଜି ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହେବ।

 

2/12

ବୃଷ ରାଶି- ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଓ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ। ବ୍ୟବସାୟରେ ବାଧାବିଘ୍ନ ଦେଖାଦେବ ।

 

3/12

ମିଥୁନ ରାଶି- ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।

 

4/12

କର୍କଟ ରାଶି- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। ଦୀର୍ଘ ଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।

 

5/12

ସିଂହ ରାଶି- ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ । ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍‌ କିଛିଦିନ ଅଟକି ରହିଯାଇପାରେ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ପାଇବେ ।

 

6/12

କନ୍ୟା ରାଶି- ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମି ଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ଧାର କରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।

 

7/12

ତୁଳା ରାଶି- ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ କେନ୍ଦ୍ର କରି ଓ ବିତର୍କ ଘଟିପାରେ। ଖର୍ଚ୍ଚ ଭାର ଯୋଗୁଁ ଚିନ୍ତାପ୍ରକଟ କରିବେ। ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।

 

8/12

ବିଛା ରାଶି- ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟ ହୋଇପାରନ୍ତି। ସୁସ୍ବାଦୁ ଭୋଜନ ଉପଭୋଗ କରିବେ।

 

9/12

ଧନୁ ରାଶି- କୌଣସି କାର୍ଯ୍ୟସାଧନ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କିନ୍ତୁ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। ସଭାସମିତିରେ ଆଲୋଚନାରେ ଏକମତ ହେବାକୁ ବାଧ୍ୟ ହେବେ ।

 

10/12

ମକର ରାଶି- ଆପଣଙ୍କ ପରାମର୍ଶ ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ, ପ୍ରଶଂସା ପାଇ ଖୁସୀ ହେବେ। ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ମାତ୍ର ରାସ୍ତାରେ ଅପରିଚିତ ବ୍ୟକ୍ତି ବିଶେଷ ଚିନ୍ତାର କାରଣ ହୋଇପାରନ୍ତି।

 

11/12

କୁମ୍ଭ ରାଶି- କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଛୋଟ ଘଟଣାକୁ ଚିନ୍ତା କରି ଟେନ୍‌ସନରେ ରହିପାରନ୍ତି।

 

12/12

ମୀନ ରାଶି- ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ାଇ ହେବନାହିଁ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link