Today Horoscope: ସାବଧାନ ହୋଇ ଯାତ୍ରା କରନ୍ତୁ ଏହି ୪ ରାଶି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Horoscope Today 27 October 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୨୭ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

ପ୍ରିୟମ୍ବଦା ରଣା Sun, 27 Oct 2024-6:38 am,
1/12

ମେଷ ରାଶି: ମଉଜ ମଜଲିସରେ ଦିନଟି କଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ଓ ପୂଜାର୍ଚ୍ଚନା ନେଇ ମନ ବଳିବ ।

2/12

ବୃଷ ରାଶି: ଦୃଢମନା ହେବେ । ଋଣ ପରିଶୋଧ ଶାନ୍ତି ମିଳିବ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବା ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

3/12

ମିଥୁନ ରାଶି: କର୍ମ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ରହିବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । 

4/12

କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ବଢିବ । ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

6/12

କନ୍ୟା ରାଶି: ସମସ୍ତ କାର୍ଯ୍ୟରେ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତାଙ୍କ କ୍ଷେତ୍ରରେ ସମ୍ବେଦନଶୀଳ ହେବେ। ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ ନଚେତ୍ କ୍ଷତି ହୋଇପାରେ ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।

8/12

ବିଛା ରାଶି: ସ୍ୱାସ୍ଥ୍ୟ ସମସ୍ୟା ସହ ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା ନେଇ ସମ୍ଭାବନା ରହିଛି। 

9/12

ଧନୁ ରାଶି: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସମସ୍ୟାମାନ ଲାଗି ରହିବ। ଆଜି ଦୂରଯାତ୍ରା ନକରିବା ଭଲ ।

10/12

ଧନୁ ରାଶି: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସମସ୍ୟାମାନ ଲାଗି ରହିବ। ଆଜି ଦୂରଯାତ୍ରା ନକରିବା ଭଲ ।

11/12

କୁମ୍ଭ ରାଶି: ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ । ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। 

12/12

ମୀନ ରାଶି: ଆଳସ୍ୟ ଓ ଥକ୍କା ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ସମସ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link