Advertisement
Photo Details/zeeodisha/odisha2403266
photoDetails0hindi

Today Horoscope: ଆଜି ମିଥୁନ-ତୁଳା ସହ ସତର୍କ ରୁହନ୍ତୁ ଏହିସବୁ ରାଶିର ଲୋକେ,ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

Horoscope Today 28 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୨୮ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ:  ଆଜି ଦିନଟି ବେଶ୍ ଖାସ୍ ରହିବ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଦୂରଯାତ୍ରା କରି ମନ ଖୁସି ରହିବ।

ALSO READ: Surya Gochar 2024: ସେପ୍ଟେମ୍ବର ୧୬ରେ ସୂର୍ଯ୍ୟଙ୍କ ଚଳନ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

2/12

ବୃଷ : ଦୂରସ୍ଥାନକୁ ଯାତ୍ରା ଶୁଭଫଳ ପ୍ରଦାନ କରିବ। ନୂଆ ବନ୍ଧୁ ସହିତ ମିଳନ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ପରିଶ୍ରମ ଅନୁସାରେ ଲାଭ ମିଳିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ଅଚାନକ ଅର୍ଥପ୍ରାପ୍ତି ହେବ ।

 

3/12

ମିଥୁନ: ଦୂରସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ପୂଜାପୁଜିରେ ସମୟ ଅତିବାହିତ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ ।

 

4/12

କର୍କଟ: ଚାକିରି କ୍ଷେତ୍ରରେ ପଦୋନ୍ନତି ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ସାମାଜିକ କ୍ଷେତ୍ରରେ ଅଧିକ ସମୟ ଅତିବାହିତ କରିବା ସହିତ ମାନସମ୍ମାନ ମିଳିବ ।

 

5/12

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

6/12

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

 

7/12

ତୁଳା: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ। ଛାତ୍ରଛାତ୍ରୀ ପଢାପଢିରେ ଉନ୍ନତି କରିବେ ଏବଂ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

8/12

ବିଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

 

9/12

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

 

10/12

ମକର: ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଓ ଅଟକିଥିବା କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ମନରେ ଖୁସି ଅନୁଭବ କରିବେ ।

 

11/12

କୁମ୍ଭ: ନିଜର ସାହସ ଓ ପରିଶ୍ରମ ଯୋଗୁ କଠିନ କାର୍ଯ୍ୟରେ ସଫଳତା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

12/12

ମୀନ: କର୍ମକ୍ଷେତ୍ରରେ ଖୁସି ଖବର ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘର ପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ଅଚାନକ ଅର୍ଥପ୍ରାପ୍ତି ହେବ ।