Horoscope Today 28 December 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଡିସେମ୍ବର ୨୮ ହେଉଛି ଶନିବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ALSO READ: Shani Rahu Yuti 2025: ୨୦୨୫-ମାର୍ଚ୍ଚରେ ଶନି-ରାହୁଙ୍କ ଦୁର୍ଲଭ ଯୋଗ, ଟଙ୍କା ଗଣି ଗଣି ଥକି ଯିବେ ଏହି ତିନି ରାଶି!
ବୃଷ: ପୂର୍ବରୁ ଥିବା ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହେବ । ମନ ପ୍ରଫୁଲ୍ଲ ରହିବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଅତ୍ୟନ୍ତ ଶୁଭ । କିନ୍ତୁ ଜମିବାଡ଼ି ବିବାଦ ଉପୁଜିପାରେ । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇବେ । ଦୂରଯାତ୍ରା ସଫଳ ହେବ ।
ମିଥୁନ: ଦେହ ଓ ମନ ଭଲ ରହିବ । ପୂର୍ବ ବିବାଦରୁ ମୁକ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ମଧ୍ୟ ପଦନ୍ନୋତୀର ଯୋଗ ରହିଛି । ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିବେ ।
କର୍କଟ: ଆଜି ଆପଣଙ୍କର ଘାତବାର । ଜଗି ରଖି ନଚଳିଲେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେବ । ଆଧ୍ୟାତ୍ମିକ ଭାବନା ସହ ଦିନଟି କାଟିବେ । ଦୂରଯାତ୍ରା କରନ୍ତୁ ନାହିଁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ବିଛା: ସ୍ୱାସ୍ଥ୍ୟରେ କୌଣସି ପରିବର୍ତ୍ତନ ହେବନାହିଁ । ମନରେ ସ୍ଥିରତା ଆସିବ । ପାରିବାରିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭବାନ ହେବେ । ଚାକିରିରେ ବଦଳିର ଯୋଗ ରହୁଛି ।
ଧନୁ: ଘାତଚନ୍ଦ୍ର ହେତୁ ସତର୍କତା ଅବଲମ୍ୱନ କରନ୍ତୁ। ସ୍ୱାସ୍ଥ୍ୟ ଜନିତ ପିଡା ଅନୁଭବ କରିବେ। ମାନସିକ ସ୍ତରରେ କୌଣସି ପରିବର୍ତ୍ତନ ହେବନାହିଁ। ଗୃହକୁ ଅତିଥି ଆସିପାରନ୍ତି। ପ୍ରେମ ସମ୍ପର୍କରେ ତିକ୍ତତା ଭାବ ସୃଷ୍ଟିହେବ।
ट्रेन्डिंग फोटोज़