Advertisement
Photo Details/zeeodisha/odisha2404756
photoDetails0hindi

Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

Horoscope Today 29 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୨୯ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ:  ଆଜିର ଦିନଟି ଅତ୍ୟନ୍ତ ଶୁଭ ରହିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।

ALSO READ: Budh Margi 2024: ବୁଧଙ୍କ ଚଳନ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ...

2/12

ବୃଷ:  ନିଜ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

 

3/12

ମିଥୁନ: ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପଡୋଶୀମାନେ ସ୍ୱାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

4/12

କର୍କଟ: ସ୍ୱାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ। ଜାଗାଜମି ବିବାଦରୁ ମୁକ୍ତ ହେବାସହ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ।ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।

 

5/12

ସିଂହ: କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

6/12

କନ୍ୟା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

7/12

ତୁଳା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

 

8/12

ବିଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

 

9/12

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

10/12

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

 

11/12

କୁମ୍ଭ: ପାରିବାରିକ ଜୀବନ ସୁଖମୟ ହେବ ଏବଂ ଧନ ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ । ନୂତନ ଗୃହ ବା ଭୂମି କିଣିବା ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ କରିପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।

 

12/12

ମୀନ: ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନାକୁ କାର୍ଯ୍ୟକାରୀ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଏବଂ ସୁସ୍ୱାଦୁ ଭୋଜନ ମିଳିବ । କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ସାମାଜିକ ପ୍ରତିଷ୍ଠା ମିଳିବ ।