Advertisement
Photo Details/zeeodisha/odisha2084226
photoDetails0hindi

Today Horoscope: ଧନହାନୀର ରହିଛି ଯୋଗ, ବୃଷ ସହ ସାବଧାନ୍ ରୁହନ୍ତୁ ଏହି ତିନି ରାଶି !

Horoscope Today 30 January 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜାନୁଆରୀ ୩୦ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

ମେଷ ରାଶି:  ଆଜି  ବିଶେଷ କରି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉନ୍ନତି ସହ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ନେଇ ସମ୍ଭାବନା ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଙ୍କ ପରିଶ୍ରମ ଜାରି ରହିବ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

2/12

ବୃଷ ରାଶି: ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ବାଦ ବିବାଦ ପ୍ରତି ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମରେ ଆଳସ୍ୟତା ଓ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ । ପରିବାରରେ ସମସ୍ୟା ଦେଖାଦେଇପାରେ। ଗୁରୁଜନଙ୍କ ସହ ବିବାଦ ହୋଇପାରେ । ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ ।

 

3/12

ମିଥୁନ ରାଶି: ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରି ଉପକୃତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ। ଭାବିଚିନ୍ତି ଅର୍ଥ ବ୍ୟୟ କରନ୍ତୁ । 

 

4/12

କର୍କଟ ରାଶି:  ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ।  ଦୀର୍ଘ ଦିନ ଧରି କରିଥିବା ଆଶା ପୂରଣ ହେବାରେ ବିଳମ୍ବ ହୋଇପାରେ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟ ସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ। ସନ୍ତାନ ସନ୍ତିତଙ୍କ ଲାଗି ଚିନ୍ତିତ ରହିବେ ।

 

5/12

ସିଂହ ରାଶି: କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ, କିନ୍ତୁ  କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ପାଇବାରେ ବିଳମ୍ବ ହେବ।

 

6/12

କନ୍ୟା ରାଶି: ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କାର୍ଯ୍ୟ ଆରମ୍ଭ କରିବାରେ ସମର୍ଥ ହେବେ। ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ି ମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ । କୋଟ କଚେରୀ ମାମଲାରେ ଛନ୍ଦି ହୋଇପାରନ୍ତି ।

 

7/12

ତୁଳା ରାଶି: ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ନିଜର ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ପରିବାରରେ ଦ୍ବନ୍ଦ ଦେଖାଦେବ ।

8/12

ବିଛା ରାଶି: ଆଜି ଲକ୍ଷ୍ୟହୀନ ଭ୍ରମଣ ଯୋଗୁଁ କାର୍ଯ୍ୟକ୍ଷେତ୍ର ଶୃଙ୍ଖଳିତ ରହିବ ନାହିଁ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ । ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିପାରନ୍ତି। ଶତ୍ରୁ ବୃଦ୍ଧି ହେବେ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ପ୍ରେମୀଙ୍କ ପାଇଁ ଆଜିର ଦିନଟି ଭଲ ରହିବ ।

 

9/12

ଧନୁ ରାଶି: ଅର୍ଥ ସମ୍ପର୍କିତ ସମସ୍ୟା ଦୁଶ୍ଚିନ୍ତାର କାରଣ ପାଲଟିବ । ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠି କର ପାଠ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।

10/12

ମକର ରାଶି: ପାରିବାରିକ କଳହ ଦେଖାଦେଇପାରେ । କର୍ମ କ୍ଷେତ୍ରରେ ସଫଳତା ମିଳିବା ସହ ପଦୋନ୍ନତି ହୋଇପାରେ। ଯାତ୍ରାର ଲକ୍ଷ୍ୟ ପୂରଣ ହେବ । ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇଯାଇପାରନ୍ତି।

 

11/12

କୁମ୍ଭ ରାଶି: ଆନୁଷଙ୍ଗିକ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲରେ କଟିବ । ସ୍ବାସ୍ଥ୍ୟ ଭଲ ରହିବ।

 

12/12

ମୀନ ରାଶି: ଯାତ୍ରା କରିବା ଲାଗି ଆଜିର ଦିନଟି ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ମିଳିବ ।  ଅର୍ଥପ୍ରାପ୍ତିର ଯୋଗ ବି ରହିଛି। ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ ଯୋଗୁଁ କେତେକ କାମ ସ୍ଥଗିତ ରହିପାରେ।