Horoscope Today 30 June 2023: ଏହିସବୁ ରାଶିଙ୍କୁ ମିଳିବ ଶୁଭଫଳ! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Horoscope Today 30 June 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ ।ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

Fri, 30 Jun 2023-6:35 am,
1/12

ମେଷ ରାଶି (Aries): କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ପରେ ପୁରୁଣା ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗ ଯୋଗୁଁ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଅଧାରେ ଅଟକିବ। ମାନସିକ ଚାପ ବୃଦ୍ଧି ପାଇବ ।

2/12

ବୃଷ ରାଶି (Taurus): ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡି଼ବେ। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଅଜଥା ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ ।

3/12

ମିଥୁନ (Gemini): ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ ସହଯୋଗ ମିଳିବ । ପଦୋନ୍ନତି ନେଇ ଯୋଗ ରହିଛି । ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବିଦ୍ୟାର୍ଥୀଙ୍କ ଲାଗି ସମୟ ଅନୁକୂଳ ରହିବ ।

4/12

କର୍କଟ (Cancer): ଭାବପ୍ରବଣତାବଶତଃ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି । ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇପାରନ୍ତି। ଶିଳ୍ପ, ରପ୍ତାନୀ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟାର ସମାଧାନ ହେବ।

5/12

ସିଂହ (Leo): ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡୋଶୀଙ୍କ ସହାୟତା ନେବେ । କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ଲାଗି ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁଁ ଚିନ୍ତାରେ ରହିବେ । ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।

6/12

କନ୍ୟା (Virgo):  ଦାମ୍ପତ୍ୟ ଜୀବନରେ ବିଭ୍ରାଟ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ଶାରୀରିକ ପୀଡା଼ ଅନୁଭବ କରିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ।

7/12

ତୁଳା (Libra): ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଯାତ୍ରାରେ ବିଳମ୍ବ ଘଟିପାରେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଖାସ୍ ରହିବ ।

8/12

ବିଛା (Scorpio):  ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେରେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ। ସଭା ସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଲାଗି ରହିଥିବା ଛୋଟ ବଡ଼ ସମସ୍ୟାର ସମାଧାନ ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟ ଆଜି ସଂପୂର୍ଣ୍ଣ ହେବ।

9/12

ଧନୁ ( Sagittarius): ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭଲ ରହିବ ନାହିଁ। ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।

10/12

ମକର (Capricorn): ବନ୍ଧୁଙ୍କ ପରାମର୍ଶ ଗ୍ରହଣ କରି ବିଭିନ୍ନ ଦିଗରୁ ଉପକୃତ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ମିଳିବ। କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ।

11/12

କୁମ୍ଭ (Aquarius): ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ। ରାଜନୈତିକ କ୍ଷେତ୍ରରେ ସମସ୍ୟା ଦେଖାଦେବ। ମହିଳାମାନଙ୍କର ବ୍ୟସ୍ତତା ଭିତରେ ଦିନଟି ଅତିବାହିତ ହେବ । ଜମିଜମା ଓ ବ୍ୟବସାୟରେ ଉନ୍ନତି ହେବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ମଧୁରତା ଆସିବ।

12/12

ମୀନ(Pisces): ଆଜି ଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଉଚିତ୍ ହେବନାହିଁ। ପାରିବାରିକ ଅଶାନ୍ତି ଦେଖାଦେଇପାରେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link