Today Horoscope: ଆଜି ଏହିସବୁ ରାଶିଙ୍କ ପାଇଁ ବଢିପାରେ ଅଡୁଆ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

Horoscope Today 31 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୩୧ ହେଉଛି ଶନିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

Narmada Behera Sat, 31 Aug 2024-6:02 am,
1/12

ମେଷ:  ଦିନ ଆରମ୍ଭରୁ ଘରେ ବିବାଦ ଦେଖାଦେବ। ପାରିବାରିକ କ୍ଷେତ୍ରରେ ଛୋଟ-ଛୋଟ କଥା ପାଇଁ ମନାନ୍ତର ହେବାରୁ ମାନସିକ ଦୁଶ୍ଚିନ୍ତା ଦେଖାଦେବ । ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳ ହେବେ ଏବଂ ବ୍ୟବସାୟ ପରିବହନ ଦିଗରୁ ଲାଭବାନ୍ ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

ALSO READ: Mahalaxmi Yoga: ଦିର୍ଘ ଦଶନ୍ଦି ପରେ ମହାସଂଯୋଗ, ମହାଲକ୍ଷ୍ମୀ ଯୋଗ ପ୍ରଭାବରୁ ଧନୀ ହେବେ ଏହିସବୁ ରାଶି!

ALSO READ: Weekly Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ ସେପ୍ଟେମ୍ବରର ପ୍ରଥମ ସପ୍ତାହ, ପଢନ୍ତୁ ସାପ୍ତାହିକ ରାଶିଫଳ

2/12

ବୃଷ: ନିଜର ବୁଦ୍ଧି ବିବେକ ଜ୍ଞାନ କୌଶଳ ବଳରେ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ମନୋରଞ୍ଜନ, ଧାର୍ମିକ ଆଲୋଚନାରେ ଅଂଶଗ୍ରହଣ କରି ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ । ମହିଳାମାନେ ହସଖୁସିରେ ଦିନ କାଟିବେ ।

 

3/12

ମିଥୁନ:  ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ । ଜଗି ରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ, ବିବାଦ ଘେରରେ ପଡ଼ିପାରନ୍ତି । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ।

4/12

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

5/12

ସିଂହ: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

6/12

କନ୍ୟା: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

 

7/12

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

 

8/12

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

9/12

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

 

10/12

ମକର: ସମୟକୁ ହାତ ଛଡ଼ା ନ କରିବା ଉଚିତ୍, କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ପୁରାତନ ରୋଗର ଉପଶମ ହେବାରୁ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ।

11/12

କୁମ୍ଭ:ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅପ୍ରିୟ କଥାବାର୍ତ୍ତା ଯୋଗୁ ସୁ-ସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଏବଂ ଯାତ୍ରାରେ ଶୁଭଫଳ ମିଳିବ। ମହିଳାମାନେ ହସଖୁସିରେ ଦିନ କାଟିବେ, ଘରେ ବାହାରେ ସବୁଠି ଆଦର ସମ୍ମାନ ଲାଭ କରିବେ ।

12/12

ମୀନ: ରାଜନୈତିକ କ୍ଷେତ୍ରରେ ସଫଳତା ହାସଲ କରିବେ । ପୂର୍ବର କାମଗୁଡ଼ିକର ସମୀକ୍ଷା କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଆନନ୍ଦିତ ହେବେ। ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପର୍ବ ଜୋର୍ଦାର କରିପାରନ୍ତି । ଆତ୍ମୀୟଙ୍କ ସହଯୋଗ ସହାନୁଭୂତି ମିଳିବ।

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link