Advertisement
Photo Details/zeeodisha/odisha2322041
photoDetails0hindi

Today Horoscope: ଏହି ରାଶିର ଲୋକଙ୍କ ପାଇଁ ଅଶୁଭ ରହିବ ଆଜିର ଦିନ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 5 July 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୫ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ: ନିଜର ବଳ ଅର୍ଜିତ କରି ଧନଲାଭ କରିବେ । ପରାମର୍ଶଦାତା ହେବେ । ପୂଜାପାଠରେ ସମୟ ଅତିବାହିତ କରିବେ । ମାନସିକ ଶାନ୍ତି ଲାଭ କରିବେ । ଆର୍ଥିକ ସ୍ଥିତି ଉନ୍ନତିମାନର ରହିବ । ପ୍ରତ୍ୟେକ ଦିନ ଚନ୍ଦନ ମଥାରେ ଲଗାନ୍ତୁ ।  

 

2/12

ବୃଷ: ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।  

 

3/12

ମିଥୁନ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।  

 

4/12

କର୍କଟ: ଆଜି ଆପଣ ଗୃହ କାର୍ଯ୍ୟରେ ମନନିବେଶ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଯାନବାହନ ସୁଖ ମିଳିବ । କୃଷିକ୍ଷେତ୍ରରୁ ପ୍ରଚୁର ଲାଭ ମିଳିବ । ଆର୍ଥିକ ସ୍ଥିତି ମଜବୁତ ରହିବା ସହିତ ଯାତ୍ରା କରିବେ । ପ୍ରତ୍ୟେକ ଦିନ ଜଗନ୍ନାଥଙ୍କୁ ତୁଳସୀ ପତ୍ର ଅର୍ପଣ କରନ୍ତୁ ।  

 

5/12

ସିଂହ: ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।  

 

6/12

କନ୍ୟା: ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର, ବନ୍ଧୁରେ ଭାଙ୍ଗିପଡିଥିôବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।  

 

7/12

ତୁଳା: ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।  

 

8/12

ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

 

9/12

ଧନୁ: ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ । ଘରୋଇ କଥାରେ ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ଆର୍ଥିକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।  

 

10/12

ମକର: ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।  

 

11/12

କୁମ୍ଭ: ଆଜି ଦିନଟି ଭଲରେ ଅତିବାହିତ ହେବ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ ।  

 

12/12

ମୀନ: ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।