Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ?

Horoscope Today 5 November 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ନଭେମ୍ବର ୫ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

Narmada Behera Nov 05, 2024, 06:09 AM IST
1/12

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ମଙ୍ଗଳମୟ ହେବ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳ ହେବେ ।  ବ୍ୟବସାୟ ଓ ପରିବହନରେ ଉନ୍ନତି ପୂର୍ବକ ଋଣମୁକ୍ତ ହେବାର ସୂଚନା ରହିଛି । ଅପରାହ୍ନ ସମୟରେ ନିଜ ସନ୍ତାନଙ୍କ ଠାରୁ କୌଣସି ପ୍ରକାର ଖୁସି ଖବର ପାଇ ପାରନ୍ତି।  ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ । ନୂତନ ଜମି କ୍ରୟ କରିପାରନ୍ତି। 

ALSO READ : ନଭେମ୍ବରରେ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ଚାକିରିଆଙ୍କ ସହ ଲାଭବାନ୍ ହେବେ ବ୍ୟବସାୟୀ, ବଢିବ ଆୟ!

ALSO READ : Weekly Special Horoscope: ୭ ରାଶିଙ୍କ ପାଇଁ ଖାସ୍ ରହିବ ନୂଆ ସପ୍ତାହ, ବ୍ୟବସାୟୀ ଓ ଚାକିରିଆଙ୍କୁ ମିଳିବ ଶୁଭଫଳ!

2/12

  ବୃଷ: ଏହି ରାଶିର ଲୋକଙ୍କ ପାଇଁ ଆଜିର ଦିନ ଏତେ ଖାସ୍ ରହିବନି। ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି । ସାମାଜିକ ପରିସ୍ଥିତି ବଦଳି ଯିବାରୁ ଖୁସି ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକିଯିବ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅପରାଜିତ ରହିବେ ଓ ଆଇନ ଅଦାଲତର ରାୟ ସପକ୍ଷରେ ଯିବ ।

3/12

ମିଥୁନ: ଆଜିର ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ।କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ।   ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇପାରନ୍ତି । ପାରିବାରିକ କ୍ଷେତ୍ରରେ କଳି ତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । ସ୍ବାସ୍ଥ୍ୟ ଭଲ ରହିବ। ସଂନ୍ଧ୍ୟା ସମୟରେ କୌଣସି ପ୍ରକାର ସଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। 

4/12

କର୍କଟ:  ଆଜିର ଦିନଟି ଆପଣଙ୍କ ଲାଗି ଶୁଭ ରହିବ।  ବ୍ୟବସାୟୀମାନେ ଲାଭବାନ୍ ହେବା ସହିତ କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ଆର୍ଥିକ ଲାଭ ପାଇ ଖୁସି ହେବେ । ପରିବାରର ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଆଗକୁ ଯିବେ । 

5/12

ସିଂହ: ଆଜିର ଦିନଟି ଆପଣଙ୍କୁ ସତର୍କତାର ସହ ଚଳିବାକୁ ପଡିବ। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ । ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ଋଣ ଓ ଶତ୍ରୁତା, ବିଷୟ ଚିନ୍ତନରେ ସମୟ କାଟିବେ।

6/12

କନ୍ୟା:  ଆଜିର ଦିନଟି ବ୍ୟସ୍ତତା ଭିତରେ କଟିବ।  କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ପଡ଼ୋଶୀଙ୍କ ସହ କୌଣସି କାରଣରୁ କଳହ ସୃଷ୍ଟି ହୋଇପାରେ। ଅଯଥା ବିବାଦରୁ ନିଜକୁ ଦୂରେଇ ରଖନ୍ତୁ। ସଂନ୍ଧ୍ୟା ସମୟରେ ନିଜ ବନ୍ଧୁଙ୍କ ସହ ଭେଟ ହୋଇପାରେ। 

7/12

ତୁଳା : ଦିନଟି ମଉଜ ମଜଲିସ୍ ରେ କଟିବ। କର୍ମକ୍ଷେତ୍ରରେ ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ । ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ । ଅନ୍ୟଦ୍ୱାରା ପ୍ରଭାବିତ ହେଲେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । 

8/12

ବିଛା: ଆଶା କରୁଥିବା ଦିଗରୁ ଅର୍ଥ ପାଇବେ,  କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡିବ । ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ ।  ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି । ଆୟ ଠାରୁ ବ୍ୟୟ ଅଧିକ ରହିବ। ସ୍ବାସ୍ଥ୍ୟ ଜନିତ ସମସ୍ୟା ସାମାନ୍ୟ ଦେଖାଦେଇପାରେ। 

9/12

ଧନୁ : ଆଜିର ଦିନଟି  ଅନୁକୂଳ ରହିବ। ସ୍ଥଗିତ କାମ କରିବାକୁ ନିଷ୍ପତ୍ତି ନେଇପାରନ୍ତି । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି । ସାହିତ୍ୟ,ସାମ୍ବାଦିତା,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡାଇ ହେବ ନାହିଁ । 

10/12

ମକର: କର୍ମକ୍ଷେତ୍ରରେ ସହକର୍ମୀ ଆପଣଙ୍କ କୌଣସି କାର୍ଯ୍ୟକୁ ନେଇ ଇର୍ସା ପରାୟଣ ହୋଇପାରନ୍ତି। ଯେତେ ଭଲ କାମ କଲେ ମଧ୍ୟ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ହେବ । ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି ।  ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ବାହାର କରିବେ ।  ହଜି ଯାଇଥିବା ଜିନିଷ, ପାଇଁ ବ୍ୟସ୍ତତା ବଢିବ ।

 

11/12

କୁମ୍ଭ:  ଆଜି କେଚରି ମାମଲାର ଟେନ୍‌ସନ ରହିବ।   କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହେବ । ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ ଯାହାକି ବନ୍ଧୁଙ୍କ ମନକୁ ପାଇବ । ପ୍ରକାଶନ, ଏଜେନଶିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

 

12/12

ମୀନ:   ଦିର୍ଘ ଦିନ ଧରି ଲାଗି ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହୋଇଯିବ । ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଆତ୍ମୀୟମାନଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।  ଆଜି ପରିବାର କଥାନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି । 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link