Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶି ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ରବିବାର ୫ ଜାନୁଆରି ଅଟେ। ଜାଣନ୍ତୁ କେଉଁ ରାଶି ଗୁଡିକ ୫ ଜାନୁଆରି ୨୦୨୫ ରେ ଉପକୃତ ହେବେ ଏବଂ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।
ମେଷ ରାଶି: ମଉଜ ମଜଲିସରେ ଦିନଟି କଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ଓ ପୂଜାର୍ଚ୍ଚନା ନେଇ ମନ ବଳିବ ।
କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ବଢିବ । ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ ।
ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।
ବିଛା ରାଶି: ସ୍ୱାସ୍ଥ୍ୟ ସମସ୍ୟା ସହ ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା ନେଇ ସମ୍ଭାବନା ରହିଛି।
ମକର ରାଶି: ଆତ୍ମବିଶ୍ଵାସର ସହିତ ପ୍ରତ୍ୟେକ କାର୍ଯ୍ୟ କରିବା ଦ୍ବାରା ସଫଳତା ଲାଭ କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ବାଣୀ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଦୂରଯାତ୍ରା ନେଇ ଯୋଗ ରହିଛି।
କୁମ୍ଭ ରାଶି: ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ । ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ।
ट्रेन्डिंग फोटोज़