Advertisement
Photo Details/zeeodisha/odisha2327546
photoDetails0hindi

Today Horoscope: ଅଯଥା ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

Horoscope Today 9 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୯ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ: ସୁଯୋଗର ଉପଯୋଗ କରିପାରନ୍ତି । ଶ୍ରମ ସାର୍ଥକ ହୋଇପାରେ । ଶୁଭ ଖବର ପାଇଁ ପ୍ରଫୁଲ୍ଳିତ ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି ।  

2/12

ବୃଷ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଦୂରଯାତ୍ରା ଫଳପ୍ରଦ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମିଠା କଥାରେ ପରକୁ ନିଜର କରିବେ ।     

3/12

ମିଥୁନ: ଭଲ ରୋଜଗାର ହେବାର ସୂଚନା ମିଳୁଛି । ଜନ ସଂପର୍କ ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ ।  

4/12

କର୍କଟ: ଦେହ ଓ ମନ ଭଲ ରହିବ। ଭାଗ୍ୟର ପରିବର୍ତ୍ତନ ଆଶା କରାଯାଏ । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି । ପରିବେଶ ସ୍ୱାସ୍ଥ୍ୟ ହାନିର କାରଣ ହୋଇପାରେ । ଏକ ପତ୍ନୀ ବ୍ରତ ଆଚରଣ କରିପାରନ୍ତି । 

 

5/12

ସିଂହ: ଅନିଶ୍ଚିତତା ଅନୁଭବ କଲେ ବି ଉଦ୍ୟମ ଜାରି ରଖିବେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୂକୂଳ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି ।  

6/12

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ସୁସମ୍ବାଦ ପାଇଁ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣପରିଶୋଧ କରି ଚିନ୍ତାମୁକ୍ତ ହେବେ ।   

7/12

ତୁଳା: ଆପଣଙ୍କ ପାଇଁ ଦିନଟି ସୁଖ ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । ସେବା ଧର୍ମ ପ୍ରତି ମନ ବଳିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଭଲ ପ୍ରଦର୍ଶନ କରିବେ । 

 

8/12

ବିଛା: ଯେକୌଣସି କାର୍ଯ୍ୟ ବରାଦ ହେଲେ ବି; ସେଥିରେ ଉତ୍ସାହ ବୃଦ୍ଧି ପାଇବ । ପରିଶ୍ରମର ମୂଲ୍ୟ ମିଳିବ । କନ୍ୟା ସନ୍ତାନ ଆପଣଙ୍କ ପାଇଁ ଶୁଭଦାୟକ ହେବ । କେତେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି । ତ୍ୟାଗପୁତ ଜୀବନଯାପନ କରିବେ ।   

 

9/12

ଧନୁ: ସଞ୍ଚୟ ଉପଯୋଗ କରିପାରନ୍ତି । କଳହଠାରୁ ନିଜକୁ ଦୂରେଇ ରଖିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ଉଠାଇବେ ।   

 

10/12

ମକର: ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଅନାଦର ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅର୍ଥ ଟାଣ-ଟୁଣ ରହିବ । କେବଳ ଭାଗ ବ୍ୟବସାୟରେ ସାମାନ୍ୟ ପରିମାଣର ଲାଭ ମିଳିବ ।   ଅଯଥା ଯୁକ୍ତିତର୍କରୁ ଦୂରେଇ ରହିଲେ ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ।

 

11/12

କୁମ୍ଭ: ଆପଣଙ୍କ ପାଇଁ ଭଲ ଦିନଟିଏ । ଧର୍ମ କାର୍ଯ୍ୟରେ ନିୟୋଜିତ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଦୂରଯାତ୍ରା ଶୁଭପ୍ରଦ ଅଟେ । ଭାଷାର ମାଧୁର୍ଯ୍ୟତା ପରକୁ ଆପଣାର କରିବ ।  

 

12/12

ମୀନ: ଧର୍ମ-ଧାରଣା ଆପଣଙ୍କୁ ବିଜୟ ସୂଚନା ପ୍ରଦାନ କରିବ । ଉଚ୍ଚ ଆଶା ପୂରଣ ହୋଇପାରେ । ଭଲ ଆୟ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଉତ୍ତମ ଭୋଜନ ମିଳିବ । ନୂଆବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।