Advertisement
Photo Details/zeeodisha/odisha1819471
photoDetails0hindi

Horoscope Today Aug 11 2023: ଏହି ରାଶିର ଲୋକେ ରୁହନ୍ତୁ ସାବଧାନ୍! ଧନହାନୀ ସହ ପ୍ରାଣପୀଡାର ରହିଛି ଦୁର୍ଯୋଗ, ଜାଣନ୍ତୁ କେମିତ କଟିବ ଆଜିର ଦିନ?

Horoscope Today Aug 11 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ,ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୧୧ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

Horoscope Today Aug 11 2023: ମେଷ- ଆଜିର ଦିନଟିରେ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ର-ଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

2/12

ବୃଷ- ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଳ ରହିବ ନାହିଁ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ହେବ। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ, ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।

3/12

ମିଥୁନ- ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସ ଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା଼, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

4/12

କର୍କଟ- ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସମାଧାନର ଆଶା କରିପାରନ୍ତି।

5/12

ସିଂହ- ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।

6/12

କନ୍ୟା- ଆଜି ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର ହେବ । ପରିବାରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ। ଧନହାନୀ ସହ ପ୍ରାଣପୀଡାର ଦୁର୍ଯୋଗ ମଧ୍ୟ ରହିଛି।  

7/12

ତୁଳା- ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ରକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ। ଧନହାନୀର ସମ୍ଭାବନା ମଧ୍ୟ ରହିଛି। 

8/12

ବିଛା-ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ। ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

9/12

ଧନୁ- କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍‌କ୍ତ ହୋଇପାରନ୍ତି। ଦିନର ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

10/12

ମକର- ସାହାଯ୍ୟ କରିବାକୁ ମନ ବଳିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

11/12

କୁମ୍ଭ- ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ। ତଥାପି କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନୀ ଯୋଗୁଁ ବ୍ୟସ୍ତତା ବଢିପାରେ।

12/12

ମୀନ- ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତ କଥା କହି ପ୍ରଶଂସିତ ହୋଇପାରନ୍ତି।