Horoscope Today: ଆକସ୍ମିକ ଧନଲାଭର ଯୋଗ ସହ ମିଳିବ ସୁସମ୍ବାଦ, ଜାଣନ୍ତୁ ଆଜି କମିତି କଟିବ ଆପଣଙ୍କ ଦିନ?
Horoscope Today Aug 31 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୩୧ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...
Horoscope Today Aug 31 2023: ମେଷ- ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ।
ବୃଷ- ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।
ମିଥୁନ- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
କର୍କଟ- ଦେହ ଓ ମନ ଭଲ ରହିବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ ।
ସିଂହ- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।
କନ୍ୟା- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟୀକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ ।
ତୁଳା- ମନ ଚଞ୍ଚଳ ରହିବ । ଆୟ ପରିମାଣ ବୃଦ୍ଧି ପାଇବ । ବାରମ୍ବାର ଚେଷ୍ଟା କଲେ ସଫଳତା ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଉନ୍ନତି ପଥରେ ଆଗେଇ ଚାଲିବେ । ସରକାରଙ୍କ କୃପା ଦୃଷ୍ଟି ରହିଛି । ଜନାଦୃତ ଲାଭ କରିବେ ।
ବିଛା- ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।
ଧନୁ- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।
ମକର- କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।
କୁମ୍ଭ- ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।
ମୀନ- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।