Horoscope Today 29 August 2023: ଏହି ୩ ରାଶିରେ ରହିଛି ଘାତଚନ୍ଦ୍ର ଯୋଗ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ। ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ। ଆଜି ଅର୍ଥାତ ଅଗଷ୍ଟ ୨୯ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ

ଜୀ ଓଡ଼ିଶା ଡେସ୍କ Tue, 29 Aug 2023-6:57 am,
1/12

Horoscope Today 29 August 2023: ମେଷ: ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ଭାରାକ୍ରାନ୍ତ ହେବେ । ବ୍ୟବସାୟିକ ସ୍ତରରେ ଲାଭବାନ ହେବେ । ଇଶ୍ୱର ବିଶ୍ୱାସୀ ହେବାସହ ପୂଜାର୍ଚ୍ଚନାରେ ସମୟ ବିତାଇବେ । କର୍ମତତ୍ପର ହେବେ । ଦୂରଯାତ୍ରା କରିପାରନ୍ତି ।

2/12

ବୃଷ: ପୂର୍ବରୁ ଥିବା ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହେବ । ମନ ପ୍ରଫୁଲ୍ଲ ରହିବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଅତ୍ୟନ୍ତ ଶୁଭ । କିନ୍ତୁ ଜମିବାଡ଼ି ବିବାଦ ଉପୁଜିପାରେ । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇବେ । ଦୂରଯାତ୍ରା ସଫଳ ହେବ ।

3/12

ମିଥୁନ: ଦେହ ଓ ମନ ଭଲ ରହିବ । ପୂର୍ବ ବିବାଦରୁ ମୁକ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ମଧ୍ୟ ପଦନ୍ନୋତୀର ଯୋଗ ରହିଛି । ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଆଜି ଉତ୍ତମ ଆୟର ଯୋଗ ରହିଛି।

4/12

କର୍କଟ: ଆଜି ଆପଣଙ୍କର ଘାତବାର । ଜଗି ରଖି ନଚଳିଲେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେବ । ଆଧ୍ୟାତ୍ମିକ ଭାବନା ସହ ଦିନଟି କାଟିବେ । ଦୂରଯାତ୍ରା କରନ୍ତୁ ନାହିଁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

5/12

ସିଂହ: ସ୍ୱାସ୍ଥ୍ୟ ଭଲ ରହିବା ସହ ମନ ମଧ୍ୟ ଭଲ ରହିବ । ଆକସ୍ମିକ ଭାବରେ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟାଙ୍କି କ୍ଷେତ୍ରରେ ସଫଳତା ପାଇବେ । ଦୂରଯାତ୍ର ସଫଳ ହେବ । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ । 

6/12

କନ୍ୟା: ଦେହ ଓ ମନ ପ୍ରଫୁଲ୍ଲ ରହିବ । କୌଣସି ବାଦ ବିବାଦ ସହ ଜଡିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଭଲ ପ୍ରଦର୍ଶନ କରିଲେ ମଧ୍ୟ ସହକର୍ମୀଙ୍କ ଇର୍ଷାର ଶିକାର ହେବେ । ଆୟ ବୃଦ୍ଧି ପାଇବା ସହ ସଞ୍ଚୟ ଚିନ୍ତା ରହିବ । ଖେଳାଳୀମାନେ ଭଲ ପ୍ରଦର୍ଶନ କରିବେ ।

7/12

ତୁଳା: ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକୁଳିବେ। ମନ ମଧ୍ୟ ଭଲ ରହିବ। ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଆଗକୁ ବଢିବେ। ବନ୍ଧୁ ପରିଜନ ଘରକୁ ଆସିପାରନ୍ତି।

8/12

ବିଛା: ଘାତଚନ୍ଦ୍ର ହେତୁ ସତର୍କତା ଅବଲମ୍ୱନ କରନ୍ତୁ। ସ୍ୱାସ୍ଥ୍ୟ ଜନିତ ପିଡା ଅନୁଭବ କରିବେ। ମାନସିକ ସ୍ତରରେ କୌଣସି ପରିବର୍ତ୍ତନ ହେବନାହିଁ। ଗୃହକୁ ଅତିଥି ଆସିପାରନ୍ତି। ପ୍ରେମ ସମ୍ପର୍କରେ ତିକ୍ତତା ଭାବ ସୃଷ୍ଟିହେବ।

9/12

ଧନୁ: ସ୍ୱାସ୍ଥ୍ୟରେ କୌଣସି ପରିବର୍ତ୍ତନ ହେବନାହିଁ । ମନରେ ସ୍ଥିରତା ଆସିବ । ପାରିବାରିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭବାନ ହେବେ । ଚାକିରିରେ ବଦଳିର ଯୋଗ ରହୁଛି ।

10/12

ମକର: ସ୍ୱାସ୍ଥ୍ୟ ଭଲ ରହିବ । ମାନସିକ ସ୍ତରରେ ସାମାନ୍ୟ ଚିନ୍ତିତ ହେବେ । କୌଣସି ଦେବାଦେବୀଙ୍କ ଦର୍ଶନ କରିପାରନ୍ତି । ଆୟ ଭଲ ରହିବ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ। ଏବଂ ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଆଜି ଦିନଟି ବେଶ ଭଲ ରହିବ। 

11/12

କୁମ୍ଭ: ଦେହ ଭଲ ରହିବ। ପାରିବାରିକ ସମସ୍ୟା ଚିନ୍ତାର କାରଣ ହେବ। କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ନିଜକୁ ନିୟନ୍ତ୍ରଣରେ ରଖନ୍ତୁ। ଦୂରଯାତ୍ରା ମଧ୍ୟମ ଧରଣର ଫଳ ଦେବ।

12/12

ମୀନ: ଦେହ ଭଲ ରହିବ। ଆଳସ୍ୟପଣ ଲାଗି ରହିବ। ସେୟାର ମାର୍କେଟରୁ ଲାଭ ପାଇବେ। ଦୂର ସ୍ଥାନକୁ ଭ୍ରମଣର ଯୋଗ ରହୁଛି। ନବଦମ୍ପତିଙ୍କ ସମ୍ପର୍କରେ ମଧୁରତା ଆସିବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link