Advertisement
Photo Details/zeeodisha/odisha2010494
photoDetails0hindi

Horoscope: ଆୟ ବଢିବା ସହ ବ୍ୟବସାୟରେ ମିଳିବ ଲାଭ! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉନ୍ନତି ସହ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ନେଇ ସମ୍ଭାବନା ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଙ୍କ ପରିଶ୍ରମ ଜାରି ରହିବ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

2/12

ବୃଷ ରାଶି: ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପା ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ସମ୍ପର୍କୀୟ ସହ ମତଭେଦ ହୋଇପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ ।

3/12

ମିଥୁନ ରାଶି: ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ବାଧା ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ସହକର୍ମୀ ଓ ପରିବାର ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ ।

4/12

କର୍କଟ ରାଶି: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ସହଧର୍ମିଣୀଙ୍କ ସହଯୋଗ ମିଳିବ ଧନପ୍ରାପ୍ତିର ଯୋଗ ରହିଛି । ମହିଳାମାନେ ସ୍ୱାମୀ ଓ ପରିବାରର ସେବାରେ ଦିନଟି ବିତାଇବେ ।

5/12

ସିଂହ ରାଶି: ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ବାଦ ବିବାଦ ପ୍ରତି ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମରେ ଆଳସ୍ୟତା ଓ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ । ପରିବାରରେ ସମସ୍ୟା ଦେଖାଦେଇପାରେ। ଗୁରୁଜନଙ୍କ ସହ ବିବାଦ ହୋଇପାରେ । ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ ।

6/12

କନ୍ୟା ରାଶି: ନିନ୍ଦା, ଅପମାନ ଓ ଅପଯଶ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ବାଧାବିଘ୍ନ ଦେଖାଦେବ । ସହକର୍ମୀ ଓ ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ଜୀବନସାଥୀଙ୍କ ସହ ମତାନ୍ତର ହେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ।

7/12

ତୁଳା ରାଶି: ପରିବାରର ସମସ୍ତ ସଦସ୍ୟଙ୍କ ସହଯୋଗ ମିଳିବ । ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ। ପରିଜନଙ୍କ ସହ ମତଭେଦ ହେବାର ଆଶଙ୍କା ରହିଛି।

8/12

ବିଛା ରାଶି: କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଆଶାତୀତ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ, ନଚେତ୍ ଦିନଟି ଖରାପ ଯିବ।

9/12

ଧନୁ ରାଶି: ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପ୍ରିୟଜନଙ୍କ ସହ ସମ୍ପର୍କହାନୀ ଯୋଗୁଁ ଚିନ୍ତା ବଢିବ। ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତଭେଦ ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଛାତ୍ରଛାତ୍ରଙ୍କ ପାଇଁ ଦିନଟି ଶୁଭ ରହିବ । ଦୂରଯାତ୍ରା ସଫଳ ହେବା ସହ ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

10/12

ମକର ରାଶି: ଲକ୍ଷ୍ୟ ପୂରଣ ଦିଗରେ ଜଣେ ଅଜଣା ବନ୍ଧୁ ସାହାଯ୍ୟର ହାତ ବଢାଇବେ । ତରବରିଆ ଭାବେ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରରେ ଅଶାନ୍ତି ଦେଖାଦେବ। ଆଜିର ଦିନ ଶୁଭ ଫଳଦାୟୀ ଅଟେ। ଶାରୀରିକ ତଥା ମାନସିକ ରୂପରେ ପ୍ରସନ୍ନ ରହିବେ।

11/12

କୁମ୍ଭ ରାଶି: ନିଜ ଲୋକଙ୍କ ସହଯୋଗରେ ନୂତନ କାର୍ଯ୍ୟ ଆରମ୍ଭ କରିବାରେ ସମର୍ଥ ହେବେ। ସାହିତ୍ୟ, ଚିତ୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ । ଦାମ୍ପତ୍ୟ ଜୀବନରେ ବିଭ୍ରାଟ ଦେଖାଦେବ । ଭାଗ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। କାର୍ଯ୍ୟରେ ସଫଳତା ମିଳିବ।

12/12

ମୀନ ରାଶି: କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମକୁ ପୂରଣ କରିବେ । ଆଜି ସାବଧାନ ପୂର୍ବକ ଚଳନ୍ତୁ। ପରିବାର ସଦସ୍ୟଙ୍କ ସହ ବାଦ-ବିବାଦ କରନ୍ତୁ ନାହିଁ। ବାଣୀ ତଥା କ୍ରୋଧ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଖର୍ଚ୍ଚ ବଢିବା ନେଇ ଆଶଙ୍କା ରହିଛି। ଅବିବାହିତଙ୍କ ବିବାହ ସ୍ଥିର ହୋଇପାରେ ।