Advertisement
Photo Details/zeeodisha/odisha2111784
photoDetails0hindi

Horoscope Today: ଦୂରଯାତ୍ରା କରନ୍ତୁ ନାହିଁ ଏହି ରାଶି!ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....  

1/12

ମେଷ ରାଶି: ଦେହ ଓ ମନ ଭଲ ରହିବ। ଉତ୍ସାହର ସହ ସମସ୍ତ ଦାୟିତ୍ୱ ତୁଳାଇବେ। ବ୍ୟବସାୟ ଲାଭପ୍ରଦ ହେବ। ଆୟ ବଢିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। ଦୂରଯାତ୍ରା ନକରିବା ଭଲ । ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।

2/12

ବୃଷ ରାଶି: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ମିଳିବ। ପିଲାଦିନର ମିତ୍ରଙ୍କୁ ସାକ୍ଷାତ କରି ମନ ପ୍ରସନ୍ନ ରହିବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ରହିଛି। ବ୍ୟବସାୟ ଓ ଆର୍ଥିକ୍ କ୍ଷେତ୍ରରେ ଲାଭବାନ ହେବେ । ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟ କଲେ ସୁଫଳ ପାଇବେ ।

3/12

ମିଥୁନ ରାଶି: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଖର୍ଚ୍ଚାନ୍ତ ହେବା ନେଇ ସମ୍ଭାବନା ରହିଛି । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ବ୍ୟାପାରରେ ଆୟ ବଢ଼ିପାରେ । ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ।

4/12

କର୍କଟ ରାଶି: ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ। ପାରିବାରିକ ସୁଖଶାନ୍ତି ବଜାୟ ରହିବ। ସେବା ପୂଜା ପାଇଁ ମନ ବଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆଜି ଦୂରଯାତ୍ରା ଦ୍ବାରା କ୍ଷତି ସହିବାକୁ ପଡ଼ିପାରେ ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଜୀବନସାଥୀଙ୍କ ସହ ମତାନ୍ତର ହେବାର ସମ୍ଭାବନା ରହିଛି । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ।

6/12

କନ୍ୟା ରାଶି: ନିନ୍ଦା, ଅପମାନ ଓ ଅପଯଶ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ବାଧାବିଘ୍ନ ଦେଖାଦେବ । ସହକର୍ମୀ ଓ ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଚିନ୍ତିତ ରହିବେ । ଜୀବନସାଥୀଙ୍କ ସହ ମତାନ୍ତର ହେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୀତି ସହ ଜଡିତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟୀ ରହିବ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ । ଦାମ୍ପତ୍ୟ ଜୀବନରେ ବିଭ୍ରାଟ ଦେଖାଦେବ ।

8/12

ବିଛା ରାଶି: ଲକ୍ଷ୍ୟ ପୂରଣ ଦିଗରେ ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟର ହାତ ବଢାଇବେ । ତରବରିଆ ଭାବେ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରରେ ଅଶାନ୍ତି ଦେଖାଦେବ। ଆଜିର ଦିନ ଶୁଭ ଫଳଦାୟୀ ଅଟେ। ଶାରୀରିକ ତଥା ମାନସିକ ରୂପରେ ପ୍ରସନ୍ନ ରହିବେ।

9/12

ଧନୁ ରାଶି: ଆଜି ଦୂରଯାତ୍ରା କରନ୍ତୁ ନାହିଁ । ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ନେଇ ଯୋଗ ରହିଛି। କୋର୍ଟ କଚେରୀ ମାମଲାରେ ଛନ୍ଦି ହୋଇପଡ଼ିବେ । ଭାଗ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। କାର୍ଯ୍ୟରେ ସଫଳତା ମିଳିବ।

10/12

ମକର ରାଶି: ଦିନ ଶୁଭଫଳଦାୟୀ ରହିବ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଶାରୀରିକ ସୁସ୍ଥତା ଲାଭ କରିବେ । ଆୟ ବୃଦ୍ଧି ପାଇବ ।

11/12

କୁମ୍ଭ ରାଶି: ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ବାଧା ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ସହକର୍ମୀ ଓ ପରିବାର ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ ।

12/12

ମୀନ ରାଶି: ଆଜି କୋର୍ଟ-କଚେରୀ ମାମଲାରେ ନ ପଡ଼ିବା ଭଲ। ପରିବାରରେ ସୁଖ-ଶାନ୍ତି ରହିବ। କମ୍ ସମୟରେ ଅଧିକ ଲାଭ ଆଶାରେ କ୍ଷତି ସହିବାକୁ ପଡ଼ିପାରେ। ନୂଆ କାର୍ଯ୍ୟ ଆରମ୍ଭ ନେଇ ଦିନଟି ଶୁଭ ରହିବ। କାର୍ଯ୍ୟକ୍ଷେତ୍ରରେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ, ନଚେତ୍ ଦିନଟି ଖରାପ ଯିବ।