Advertisement
Photo Details/zeeodisha/odisha2122870
photoDetails0hindi

Today Horoscope: ଶୁଭଫଳ ସହ ଧନପ୍ରାପ୍ତିର ଯୋଗ! ଜାଣନ୍ତୁ ଆଜି କେମିତି କଟିବ ଆପଣ ଦିନ?

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି: ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ସହ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହେବ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

2/12

ବୃଷ ରାଶି: ଆକସ୍ମିକ ଧନଲାଭ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ । ପରିବାର ସହ ହସଖୁସିରେ ସମୟ ବିତିବ ।

3/12

ମିଥୁନ ରାଶି: କର୍ମ କ୍ଷେତ୍ରରେ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ ଓ ନିଯୁକ୍ତି ନେଇ ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ । ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ।

4/12

କର୍କଟ ରାଶି: କର୍ମରେ ଅସ୍ଥିରତା, ବାଧାବିଘ୍ନ ସହ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପା ଓ ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ରହିବେ । ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

5/12

ସିଂହ ରାଶି: ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

6/12

କନ୍ୟା ରାଶି: ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହଯୋଗ କରିବେ । ଘରକରଣା ବା ଇଲେକ୍ଟ୍ରିକ ସରଞ୍ଜାମ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।

7/12

ତୁଳା ରାଶି: କର୍ମକ୍ଷେତ୍ରରେ ସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ସହକର୍ମୀଙ୍କ ସହଯୋଗରେ ସମସ୍ତ କର୍ମରେ ସଫଳତା ଓ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ। ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ର ହେବେ । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।

8/12

ବିଛା ରାଶି: ମାନସିକ ଓ ପାରିବାରିକ ଅଶାନ୍ତି ସହ କର୍ମସ୍ଥାନରେ ଅପଯଶ ଓ ଅପମାନିତ ହୋଇପାରନ୍ତି । ଆଜି ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁଁ ପରିବାର ସହ ସମୟ ବିତାଇପାରିବେ ନାହିଁ । ଭୁଲ୍ ବୁଝାମଣା ଯୋଗୁଁ ସମ୍ପର୍କରେ ତିକ୍ତତା ଆସିପାରେ ।

9/12

ଧନୁ ରାଶି: ଆଜି ବାଦ ବିବାଦ ଓ ଯାନବାହନ ଚଳାଚଳ ସମୟରେ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି ।

10/12

ମକର ରାଶି: କର୍ମରେ ଆଶାତୀତ ସଫଳତା ମିଳିବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ନେଇ ସମ୍ଭାବନା ରହିଛି । ଆଜି ଶିକ୍ଷା କ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।

11/12

କୁମ୍ଭ ରାଶି: ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରି ହେବା ନେଇ ଯୋଗ ରହିଛି । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ଉଚ୍ଚ ସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ। ମହିଳାମାନେ ବଦଖର୍ଚ୍ଚି ହେବେ ।

12/12

ମୀନ ରାଶି: ଆଜି ଆପଣଙ୍କୁ ସୁଖାଦ୍ୟ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ହେବ । କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।