Horoscope Today July 26 2023: ୪ ରାଶିଙ୍କ ଲାଗି ବଢିପାରେ ସମସ୍ୟା! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Today Horoscope July 26 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Wed, 26 Jul 2023-8:04 am,
1/12

ମେଷ ରାଶି: ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।

2/12

ବୃଷ ରାଶି: ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲା ଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ।

3/12

ମିଥୁନ ରାଶି: ଆଜି  ଆପଣଙ୍କ ଅଭିଳାଷ ପୂରଣ ଓ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।

4/12

କର୍କଟ ରାଶି: ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ଦେଖାଦେବ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ହୁଏତ ସୁଯୋଗ ପାଇବା ସହଜ ହୋଇନପାରେ। ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ।

5/12

ସିଂହ ରାଶି: କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ, କିନ୍ତୁ କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ ।

6/12

କନ୍ୟା ରାଶି: ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।

7/12

ତୁଳା ରାଶି: ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବା ସୂଚନା ରହିଛି ।

8/12

ବିଛା ରାଶି: ଆଜି ଲକ୍ଷ୍ୟହୀନ ଭ୍ରମଣ ସାଙ୍ଗକୁ କାର୍ଯ୍ୟକ୍ଷେତ୍ରକୁ ଶୃଙ୍ଖଳିତ ରହିବ ନାହିଁ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବ ନାହିଁ, ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣା ଗୁଡ଼ାକ ଅସାଧାରଣ ମନେହେବ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।

9/12

ଧନୁ ରାଶି: ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧୀତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

10/12

ମକର ରାଶି : ନିଜ କାମ ପାଇଁ ପ୍ରଶ˚ସା ପାଇପାରନ୍ତି । ବାଣିଜ୍ୟ କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସ ଖୁସିରେ ସମୟ କଟିବ।

11/12

କୁମ୍ଭ ରାଶି: ଆଜି ଇଷ୍ଟଦେବୀଙ୍କ ଆରାଧ୍ୟାନରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

12/12

ମୀନ ରାଶି: ଦିନଟି ଆପଣଙ୍କୁ ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତି ସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନ କଲେ ଅସୁବିଧାରେ ପଡ଼ିବେ। କୋର୍ଟ କଚେରୀ ମାମଲାକୁ ନେଇ ଚିନ୍ତା ବଢ଼ିପାରେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link