Advertisement
photoDetails0hindi

Today Horoscope: ଜାଣନ୍ତୁ କାହା ପାଇଁ ଶୁଭ ଓ କାହା ପାଇଁ ଅଶୁଭ ରହିବ ଆଜିର ଦିନ?

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି: ଆଜି ଦିନଟି ଶୁଭଫଳଦାୟୀ ରହିବ । ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ଦିନ ତମାମ ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା  ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

2/12

ବୃଷ ରାଶି: କମ୍ ସମୟରେ ଅଧିକ ଲାଭ ପାଇବା ଆଶାରେ ଆଜି ଫସି ନ ଯାଇ ଧ୍ୟାନ ରଖନ୍ତୁ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ଆରମ୍ଭ ହେବ। ଆକସ୍ମିକ ଧନଲାଭ ନେଇ ଯୋଗ ରହିଛି।

3/12

ମିଥୁନ ରାଶି: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ମିଳିବ। ପିଲାଦିନର ମିତ୍ରମାନଙ୍କୁ ଭେଟି ମନ ପ୍ରସନ୍ନ ରହିବ। ବ୍ୟବସାୟରେ ଆର୍ଥିକ ରୂପରେ ଲାଭବାନ ହେବ। ମଧ୍ୟାହ୍ନ ପରେ ସମ୍ଭାଳି କରି ଚାଲିବାକୁ ଉପଦେଶ। ଦୂପରଯାତ୍ରା ନେଇ ଯୋଗ ରହିଛି ।

4/12

କର୍କଟ ରାଶି: ଆଜିର ବ୍ୟବସାୟ କ୍ଷେତ୍ରରେ ସହଯୋଗ ମିଳିବ । ବ୍ୟାପାରରେ ଆୟ ବଢ଼ିବା ନେଇ ସମ୍ଭାବନା ରହିଛି। ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହିବାକୁ ପଡ଼ିପାରେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ।

5/12

ସିଂହ ରାଶି: ଉଚ୍ଚପଦସ୍ଥ କର୍ମଚାରୀଙ୍କ ସହ ବାଣୀ ଓ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ । ବ୍ୟାପାରରେ ବାଧ୍ଯା ଆସିବା ନେଇ ଆଶଙ୍କା ରହିଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ। ପରିବାର ସଦସ୍ୟଙ୍କ ସହ ସମ୍ପର୍କ ପୂର୍ବ ଅପେକ୍ଷା ଭଲ ହେବ ।

6/12

କନ୍ୟା ରାଶି: ଆଜି କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଶରଣରେ ସମସ୍ୟାଗୁଡ଼ିକର ନିବାରଣ ହେବ।

7/12

ତୁଳା ରାଶି: ମିତ୍ରମାନଙ୍କ ସହ ବୁଲିବାକୁ, ଖାଇବା ପିଇବା ଓ ମନୋରଞ୍ଜନରେ ଦିନ ବିତିବ। ମଧ୍ୟାହ୍ନ ପରେ ପ୍ରତିକୂଳତାର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଆକସ୍ମିକ ଖର୍ଚ୍ଚ ହୋଇପାରେ। ନୂତନ ଯାନ ତଥା ଜମି କିଣିବା ନେଇ ଯୋଗ ରହିଛି ।

8/12

ବିଛା ରାଶି: ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ସହ ତୁଲାଇବେ। ଗୃହସ୍ଥ ଜୀବନରେ ସୁଖ ଓ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମିତ୍ରମାନଙ୍କ ସହ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ରହିଛି। ବ୍ୟବସାୟରେ ଉନ୍ନତି ହେବା ସହ ଆୟ ବଢିବ । ବୈବାହିକ ଜୀବନ ସୁଖମୟ ହେବ ।

9/12

ଧନୁ ରାଶି: ମାନସିକ ରୂପରେ ଆଜି ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀ ଆଜି ବିଦ୍ୟାଭ୍ୟାସ ଓ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତିପୂର୍ଣ୍ଣ ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।

10/12

ମକର ରାଶି: ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଓ ପ୍ରତିଷ୍ଠାରେ ଯେପରି ହାନୀ ନ ହେଉ, ସେଥିପ୍ରତି ଆଜି ଧ୍ୟାନ ରଖନ୍ତୁ। ଆଜି ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିବାହ ନେଇ ଲାଗି ରହିଥିବା ସମସ୍ୟା ଦୂର ହେବ।

11/12

କୁମ୍ଭ ରାଶି: ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। ବୈବାହିକ ଜୀବନ ସୁଖମୟ ହେବ।

12/12

ମୀନ ରାଶି: ଆଜି କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିବେ।