Advertisement
Photo Details/zeeodisha/odisha1941479
photoDetails0hindi

Today Horoscope: ଏହି ରାଶିଙ୍କ ପାଇଁ ଦିନଟି ଶୁଭମୟ ,ଜାଣନ୍ତୁ କେମିତି କଟିବ ଆଜିର ଦିନ?

Horoscope Today November 3 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ନଭେମ୍ବର ୩ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

ମେଷ-ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତା ମିଳିବ । ବ୍ୟବସାୟରେ ଲାଭବାନ ହେବେ ।  ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । 

 

2/12

ବୃଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇ ଖୁସି ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କଲେ ଅଧିକ ଲାଭ ପାଇବେ। ଶୁଭକାର୍ଯ୍ୟ ଆରମ୍ଭ ନେଇ ଦିନଟି ଅନୁକୂଳ ରହିଛି। 

3/12

ମିଥୁନ- ଦିନଟି ଆପଣଙ୍କ ପାଇଁ ଶୁଭ ରହିବ।  ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।

4/12

କର୍କଟ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ବି ସମ୍ଭାବନା ରହିଛି। ବ୍ୟବସାୟରେ ଅଭିବୃଦ୍ଧି ହେବ । ନିଜ ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ।  

 

5/12

ସିଂହ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । 

6/12

କନ୍ୟା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

 

7/12

ତୁଳା- କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

 

8/12

ବିଛା- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟରୁ ଅଧିକ ଲାଭ ମିଳିବ। ନୂଆ ବ୍ୟବସାୟର ଆରମ୍ଭ ବି ଆଜିର ଦିନରେ କରିପାରିବେ। 

9/12

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

10/12

ମକର- ଶାରୀରିକ ଅସୁସ୍ଥତା ଦେଖାଦେବ । ଚିଡିଚିଡା ସ୍ୱଭାବରେ ହେବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । କର୍ମ କ୍ଷେତ୍ରରେ  ଅସହଯୋଗ ପାଇବ। ଶତ୍ରୃ ମାନେ ଆପଣଙ୍କ ବିରୋଧରେ ଷଡଯନ୍ତ୍ର ରଚିବେ। ସାବଧାନତା ସହକାରେ ଆପଣଙ୍କୁ ଆଜି ଚଳିବାକୁ ପଡି଼ବ। 

 

11/12

କୁମ୍ଭ- ଆୟ ଓ ବ୍ୟୟ ସମାନ ରହିବ । ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପାରିବାରିକ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟରେ ନୂଆ ଡିଲ୍ ଫାଇନାଲ୍ ହେବାର ସମ୍ଭାବନା ରହିଛି। 

 

12/12

ମୀନ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।