Advertisement
Photo Details/zeeodisha/odisha1944155
photoDetails0hindi

Today Horoscope: ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ଏହି ରାଶିର ଲୋକେ, ଜାଣନ୍ତୁ କେମିତି କଟିବ ଆଜିର ଦିନ?

Horoscope Today November 5 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ନଭେମ୍ବର ୫ ହେଉଛି ରବିବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

ମେଷ- ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ।

 

2/12

ବୃଷ- ପାରିବାରିକ ସୁଖ ମିଳିବ। ଦାନ ଧର୍ମ ପ୍ରତି ମନ ବଳିବ। ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ। ବ୍ୟୟ ଅଧିକ ହେବ। ସାମାନ୍ୟ ଅସୁସ୍ଥତା ବୋଧ ହେବ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ।

3/12

ମିଥୁନ- କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ସଂପାଦନ କରିବେ । ଶରୀର ସୁସ୍ଥ ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ସୁସମ୍ବାଦ ପ୍ରାପ୍ତ ହେବ ।

 

4/12

କର୍କଟ- ମନ ଅସ୍ଥିର ରହିବ । ଆୟା ବାଧାପ୍ରତ୍ତ ହେବ । ପଡୋଶୀ ମାନଙ୍କ  ସହ ମନାନ୍ତର ହେଖା ଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ ।  ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ ।

 

5/12

ସିଂହ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

 

6/12

କନ୍ୟା- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ଭୋଜିଭାତରେ ଯୋଗ ଦେବେ ।  ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିପାରେ।

 

7/12

ତୁଳା- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

8/12

ବିଛା- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ ।

 

9/12

ଧନୁ- ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଘାତଚନ୍ଦ୍ର  ଭୋଗ ହେତୁ ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

 

10/12

ମକର- ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଚିଡିଚିଡା ସ୍ୱଭାବର ହେବେ । କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ବ୍ୟବସାୟରେ ଅଭିବୃଦ୍ଧି ହେବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।  

11/12

କୁମ୍ଭ- ମାନସିକ ଓ ଶାରୀରିକ ସୁସ୍ଥତା ଫେରି ପାଇବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ଲାଭ ଆତ୍ମସନ୍ତୋଷ ପ୍ରଦାନ କରିବ ।

12/12

ମୀନ- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ । ଛୋଟ ମୋଟ କଥାକୁ ନେଇ ଆପଣ ବିବାଦରେ ଫସି ପାରନ୍ତି।